ବାସ୍ତବ ବ୍ୟୁରୋ: ଦକ୍ଷିଣ ବଙ୍ଗୋପସାଗରରେ ୫ ନଭେମ୍ବରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏହା ଧୀରେଧୀରେ ପଶ୍ଚିମ ଦିଗକୁ ଗତିକରି ତାମିଲନାଡ଼ୁ ଉପକୂଳରେ ପହଞ୍ଚିବ । ୭ ନଭେମ୍ବରରେ ଅଧିକ ଘନୀଭୂତ ହୋଇ ଏହା ଅବପାତର ରୂପ ନେଇପାରେ । ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ଓଡ଼ିଶାରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ନାହିଁ । ଏବେ ପାଗ ଶୁଖିଲା ରହିବ । ଉତ୍ତର ଓ ପୂର୍ବ ଉତ୍ତର ଦିଗରୁ ଆସୁଥିବା ପବନ, ଉପକୂଳର ଶୁଷ୍କ ବାୟୁ ସାଙ୍ଗରେ ମିଶିବା ପରେ କିଛି ଅଞ୍ଚଳରେ ଘଡଘଡି ବିଜୁଳି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦେଖିବାକୁ ମିଳିଛି । ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
ଆଇଏମଡିର ଆକଳନ ଅନୁସାରେ ଏହି ସପ୍ତାହର ଶେଷ ଆଡ଼କୁ ଦକ୍ଷିଣ ବଙ୍ଗେପାସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ଦ୍ବିତୀୟ ସପ୍ତାହରେ ଏହା ଅବପାତର ରୂପନେଇ ତାମିଲନାଡ଼ୁ ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ ୭ରୁ ୧୧ ନଭେମ୍ଭର ଭିତରେ ପ୍ରବଳରୁ ଅତିପ୍ରବଳ ବର୍ଷା ତାମିଲନାଡ଼ୁ, ରାୟଲସୀମା ଓ କେରଳରେ ହେବ ।