ବାସ୍ତବ ବ୍ୟୁରୋ: ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଗୃହ ନିର୍ମାଣ ପାଇଁ ମିଳିବ ଅଗ୍ରୀମ ଟଙ୍କା। ନୂଆ ଜମି କିଣିବା ଲାଗି ମଧ୍ୟ ଅଗ୍ରୀମ ଟଙ୍କା ଦେବେ ସରକାର। ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି।
ଚିଠିରେ ଉଲ୍ଲେଖ ରହିଛି ଯେ, ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀମାନେ ଯଦି ପୁରୁଣା ଜମିରେ ନୂଆ କୋଠା ନିର୍ମାଣ କରୁଥିବେ କିମ୍ବା ନିର୍ମିତ ହୋଇଥିବା କୋଠା କିଣିବା ଲାଗି ଚାହୁଁଥିବେ ତାଙ୍କୁ ମଧ୍ୟ ଅଗ୍ରୀମ ଅର୍ଥ ମିଳିବ। ଏସବୁ ପାଇଁ ଆବେଦନକାରୀମାନେ ଆବଶ୍ୟକ ତଥ୍ୟ ପ୍ରଦାନ କରିବାକୁ କୁହାଯାଇଛି। ଜମିର ମୂଲ୍ୟ ଏବଂ ବିକ୍ରେତାଙ୍କ ଏଗ୍ରିମେଣ୍ଟକୁ ମଧ୍ୟ ଦାଖଲ ଦାଖଲ କରିବା ପାଇଁ କୁହାଯାଇଛି।




