୩ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

ବାସ୍ତବ ବ୍ୟୁରୋ: ଓଡ଼ିଶାରେ ପ୍ରଥମ ଥର ହେବାକୁ ଥିବାହେବାକୁ ଥିବା ୩ ଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଥିପାଇଁ ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। 

ଆଇନ ମନ୍ତ୍ରୀ କହିଛନ୍ତି ଡିଜିପି ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ୨୯ ତାରିଖରେ ଓଡ଼ିଶା ଆସିବେ । ସେ ୩୦ ଓ ଡିସେମ୍ବର ୧ରେ ଡିଜିପି ସମ୍ମିଳନୀରେ ଭାଗ ନେବେ । ତାଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ ମଧ୍ୟ ୩ ଦିନ ରହି କନଫରେନ୍ସରେ ଯୋଗଦେବେ । ସମ୍ମିଳନୀ ଶେଷ ହେବା ଯାଏ ସମସ୍ତେ ଉପସ୍ଥିତ ରହିବେ । 

ଆଇନ ମନ୍ତ୍ରୀଙ୍କ ପୂର୍ବରୁ ଡିଜିପି ୱାଇ.ବି ଖୁରାନିଆ ସୂଚନା ଦେଇ କହିଥିଲେ ୩ ଦିନିଆ ଡିଜିପି ସମ୍ମିଳନୀ ପାଇଁ ପ୍ରସ୍ତୁତି ସରିଛି । ୩ ଦିନିଆ ସମ୍ମିଳନୀରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ । 

ସେୟାର କରନ୍ତୁ

Next Post

ମାର୍ଚ୍ଚ ୭ 'ସୁଭଦ୍ରା' ଆବେଦନର ଶେଷ ତାରିଖ: ଉପମୁଖ୍ୟମନ୍ତ୍ରୀ

Tue Nov 26 , 2024
ବାସ୍ତବ ବ୍ୟୁରୋ: ୨୦୨୫ ମାର୍ଚ୍ଚ ୭ ତାରିଖ ହେଉଛି ସୁଭଦ୍ରା ଆବେଦନର ଡେଡ୍ ଲାଇନ୍। ମାର୍ଚ୍ଚ ୭ ତାରିଖ ଯାଏଁ ହିତାଧିକାରୀମାନେ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ ଆହୁରି ମଧ୍ୟ କହିଛନ୍ତି ଯେ, ହିତାଧିକାରୀ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ। ପଞ୍ଜିକରଣ କରିଥିବା ସମସ୍ତ ଯୋଗ୍ୟ ହିତାଧିକାରୀ ଠିକ୍ ସମୟରେ ଟଙ୍କା ପାଇବେ। ସୁଭଦ୍ରା ଯୋଜନା ପାଇଁ ବ୍ୟାଙ୍କଗୁଡିକରେ ଭିଡ଼ […]

You May Like

Pin It on Pinterest