ରାଜ୍ୟପାଳ ଭାବେ ଶପଥ ନେଲେ ହରି ବାବୁ କମ୍ଭମ୍‌ପତି

ବାସ୍ତବ ବ୍ୟୁରୋ: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମ୍‌ପତି । ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍‌ରେ ହରି ବାବୁ କମ୍ଭମ୍‌ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧର ଶରଣ ସିଂହ । ରାଜଭବନର ନୂଆ ଅଭିଷେକ ହଲ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରନ୍ ସିଂହ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖଙ୍କ ସମେତ ମନ୍ତ୍ରିମଣ୍ଡଳର ସଦସ୍ୟ, ବିଧାୟକ ଓ ସାଂସଦ ମାନେ ଉପସ୍ଥିତ ଥିଲେ। ଏହାଛଡ଼ା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବି ଏଥିରେ ଉପସ୍ଥିତ ଥିଲେ। ଶପଥ ଗ୍ରହଣ ଉତ୍ସବ ପରେ ନୂତନ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। 

ସୂଚନାନୁଯାୟୀ, ଗତକାଲି ଭୁବନେଶ୍ୱରରେ ପହଞ୍ଚି ସେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ମହାପ୍ରଭୁଙ୍କ ଆଶୀର୍ବାଦ ନେଇଥିଲେ ହରିବାବୁ ଓ ତାଙ୍କ ପରିବାର।

ସେୟାର କରନ୍ତୁ

Next Post

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ IAS ମନୋଜ ସାହୁ

Sat Jan 4 , 2025
ବାସ୍ତବ ବ୍ୟୁରୋ : ଆଇଏଏସ୍‌ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି। ୨୦୦୬ ବ୍ୟାଚ୍‌ର ଆଇଏଏସ୍‌ ଶ୍ରୀ ସାହୁଙ୍କୁ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ନିଯୁକ୍ତି ମିଳିଛି। ଏ ନେଇ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି।  ମଜୋନ ସାହୁ ଗତ ନଭେମ୍ବର ୧୭  ତାରିଖ ଠାରୁ କେନ୍ଦ୍ରୀୟ ଡେପୁଟେସନରେ ଓଡ଼ିଶା କ୍ୟାଡରକୁ ଆସିଛନ୍ତି। ସେ ତିନିବର୍ଷ […]

You May Like

Pin It on Pinterest