ବାସ୍ତବ ବ୍ୟୁରୋ-ରାଜ୍ୟରେ ପୁଣି ୬ ନୂଆ କରୋନା ପଜିଟିଭ୍ ଚିହ୍ନଟ ହେଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୪ଜଣ ଯାଜପୁରର ବାସିନ୍ଦା ହେଇଥିବା ବେଳେ ୨ଜଣ ଭଦ୍ରକର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ୪ ଆକ୍ରାନ୍ତଙ୍କୁ ମିଶାଇ ଯାଜପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨ରେ ପହଞ୍ଚିଥିବା ସହ ଭଦ୍ରକର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୧ରେ ପହଂଚିଛି । ନୂଆ ୬ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯କୁ ବୃଦ୍ଧି ପାଇଛି ।
ଭଦ୍ରକରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ବାସୁଦେବପୁର ଏବଂ ଧାମନଗର ବ୍ଲକର ଏବଂ ଦୁଇ ଆକ୍ରାନ୍ତ ପଶ୍ଚିମବଙ୍ଗରୁ ଫେରିଥିଲେ ବୋଲି ସୂଚନା ଦେଇଛନ୍ତି ଭଦ୍ରକର ଜିଲ୍ଲା ପ୍ରଶାସନ |ଭଦ୍ରକରେ ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୯ ଥିବା ବେଳେ ୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି ସେପଟେ ଯାଜପୁରରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫୧ ରହିଥିବାବେଳେ ଜଣେ ସୁସ୍ଥ ହୋଇଛନ୍ତି |ସୂଚନା ମୁତାବକ, ବର୍ତ୍ତମାନ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦୮ ଥିବା ବେଳେ, ୬୦ ଜଣ ସୁସ୍ଥ ହୋଇଥିବାବେଳେ ରାଜ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।



