କାଲି ୨୭୬୭ ଜଣ ଅଧ୍ୟକ୍ଷ,ଶିକ୍ଷକ-ଶିକ୍ଷୟିତ୍ରୀ, କନିଷ୍ଠ ସହାୟକ ଓ ସମୀକ୍ଷକଙ୍କ ନିଯୁକ୍ତି….

ଭୁବନେଶ୍ବର, ୬/୦୨: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ହେଉଛି ଆମ ରାଜ୍ୟ ସରକାରଙ୍କ ପ୍ରାଥମିକତା । ଏହିକ୍ରମରେ ଭୁବନେଶ୍ବର ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆଠାରେ ଆସନ୍ତାକାଲି ଆୟୋଜିତ ହେବ ନିଯୁକ୍ତି ମେଳା । ଏହି ନିଯୁକ୍ତି ମେଳା ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମୋଟ୍ ୨୭୬୭ ଜଣଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ନିଯୁକ୍ତିପତ୍ର ପ୍ରଦାନ କରିବେ ।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ନିମନ୍ତେ ୮୯୪ ଜଣ ଅଧ୍ୟକ୍ଷ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବାକୁ ଥିବା ବେଳେ ପୂର୍ଣ୍ଣ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚ ବିଦ୍ୟାଳୟର ୧୭୯୮ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୨୮ ଜଣ କନିଷ୍ଠ ସହାୟକ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ୨୭ ଜଣ କନିଷ୍ଠ ସହାୟକ, ମାଧ୍ୟମିକ ଶିକ୍ଷା ପରିଷଦର ୧୮ ଜଣ କନିଷ୍ଠ ସହାୟକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଅଧିନରେ ୨ ଜଣ ସମୀକ୍ଷକଙ୍କୁ ଏହି ଅବସରରେ ନିଯୁକ୍ତିପତ୍ର ପ୍ରଦାନ କରିବେ । ନିଯୁକ୍ତି ମେଳା ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ଥିବା ବେଳେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ, ସ୍ବାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗରଉନ୍ନୟନ ବିଭାଗ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ଚନ୍ଦ୍ର ସ୍ଵାଇଁ, ମୁଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ସମେତ ବିଭିନ୍ନ ବିଭାଗର ସଚିବ ମଧ୍ୟ ଉପସ୍ଥିତ ରହିବେ । ରାଜ୍ୟ ସରକାର ଆଗାମୀ ୫ ବର୍ଷରେ ଓଡିଶାର ସାମଗ୍ରିକ ବିକାଶ ଲକ୍ଷ୍ୟ ରଖିଛନ୍ତି । ସଂସ୍କାର, ପ୍ରଦର୍ଶନ ଏବଂ ରୂପାନ୍ତରଣ ଦ୍ବାରା ଓଡ଼ିଶାରେ ଦ୍ରୁତ ବିକାଶର ଧାରା ସୃଷ୍ଟି ହେବା ସହ ବିକଶିତ ଭାରତ ଗଠନ ଲକ୍ଷ୍ୟରେ ସମୃଦ୍ଧ, ସଶକ୍ତ ଓ ବିକଶିତ ଓଡ଼ିଶା ନିର୍ମାଣ ସହିତ ଯୁବଶକ୍ତିଙ୍କୁ ସୁଯୋଗ ଦେବା ପାଇଁ ନିଯୁକ୍ତି ମେଳାର ଆୟୋଜନ ।

ସେୟାର କରନ୍ତୁ

Next Post

କୁଏତରେ ଭାରତୀୟ ପ୍ରବାସୀ ପରିଷଦ ସଙ୍ଘ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ପାଳିତ....

Fri Feb 7 , 2025
କୁଏତ(୭-୦୧-୨୦୨୫):ଭାରତୀୟ ଦୂତାବାସ କୁଏତ ଦ୍ଵାରା ପଞ୍ଜୀକୃତ ପ୍ରବାସୀ ପରିଷଦ ସଙ୍ଘ (ବିପିପି) ପକ୍ଷରୁ ସାମାଜିକ ଏବଂ ସାଂସ୍କୃତିକ କାର୍ଯ୍ୟକଳାପ ଆୟୋଜନ କରି ପ୍ରବାସୀ ଭାରତୀୟ ସମ୍ପ୍ରଦାୟ ମଧ୍ୟରେ କାର୍ଯ୍ୟ କରୁଛି ଭାରତରେ ଗଣତନ୍ତ୍ର ଦିବସ ଜାନୁଆରୀ ୨୬ ତାରିଖରେ ପାଳନ କରାଯାଏ, ୧୯୫୦ ମସିହାରେ ଭାରତୀୟ ସମ୍ବିଧାନ ଗ୍ରହଣ ହେବା ଦିନ, ଯାହା ଏକତା, ଦେଶପ୍ରେମ ଏବଂ ଜାତିର ସଫଳତାର ପ୍ରତୀକ। କୁଏତରେ, ଗତ ଜାନୁୟାରୀ ୩୦ ତାରିଖ ଗୁରୁବାର […]

You May Like

Pin It on Pinterest