ଆସନ୍ତା ୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ମୁର୍ମୁ

ବାସ୍ତବ ବ୍ୟୁରୋ: ଆସନ୍ତା ୨୪ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଗସ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲ୍ଲାପାଳ ଓ ଏସପି । 

ସୂଚନା ଥାଉକି, ରାଷ୍ଟ୍ରପତି ୨୪ ତାରିଖ ଦିନ ମଧ୍ୟାନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠାରେ ପୂଜାଚ୍ଚନା କରିବା ପରେ ଅନ୍ୟ କାର୍ଯ୍ୟକ୍ରମ ଯୋଗଦେବେ । ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି ।

ସେୟାର କରନ୍ତୁ

Next Post

କଳଙ୍ଗା ସମ୍ପ୍ରଦାୟଙ୍କୁ ଅନୁସୂଚିତ ଜାତିର ମାନ୍ୟତା ମିଳୁ:ପ୍ରଦୀପ ପୁରୋହିତ...

Thu Mar 13 , 2025
ବରଗଡ଼:-୧୩.୩(ବାସ୍ତବ ଟିଭି ନବୀନ କୁମାର ଦାଶ)କଳଙ୍ଗା ସମ୍ପ୍ରଦାୟଙ୍କୁ ଅନୁସୂଚିତ ଜନଜାତି ବା ଏସ.ଟିର ମାନ୍ୟତା ଦିଆଯାଉ।କେନ୍ଦ୍ର ସରକାରଙ୍କ ନିକଟରେ ଏହି ଦାବି ରଖିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ।ଓଡ଼ିଶାରେ କଳଙ୍ଗା ସମ୍ପ୍ରଦାୟକୁ ଏସଟିର ମାନ୍ୟତା ଦିଆଯାଉ ବୋଲି ଅନେକ ଦିନରୁ ଦାବି ହୋଇ ଆସୁଛି।ଯେତେବେଳେ କି ବହୁ ପୂର୍ବରୁ ପଡ଼ୋଶୀ ରାଜ୍ୟ ଛତିଶଗଡ଼ରେ ଏହି ସମ୍ପ୍ରଦାୟଙ୍କୁ ଏସଟିରେ ସାମିଲ କରାଯାଇଛି। କଳଙ୍ଗା ସମ୍ପ୍ରଦାୟ ମୁଖ୍ୟତଃ ଜଙ୍ଗଲ ଓ ପାହାଡ଼ିଆ ଅଂଚଳରେ […]

You May Like

Pin It on Pinterest