ରାଜ୍ୟ କାର୍ଯ୍ୟାଳୟରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ପୂର୍ବତନ ରାଜ୍ୟ ସଭାପତି ଡା.ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥୀବ ଶରୀର….

ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ସାଂସଦ, ବିଧାୟକ, ରାଜ୍ୟ ପଦାଧିକାରୀ, ବିଚାର ପରିବାର, ସାମାଜିକ ସଂଗଠନ ସମେତ ସହସ୍ରାଧିକ ସମର୍ଥକ ଜଣାଇଲେ ଶ୍ରଦ୍ଧାଞ୍ଜଳୀ

ବାସ୍ତବବ୍ୟୁରୋ(ଭୁବନେଶ୍ୱର)୧୭/୦୩: ବିଶିଷ୍ଟ ରାଜନେତା, ବିଜେପିର ପୂର୍ବତନ ରାଜ୍ୟ ସଭାପତି, ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ରାଜ୍ୟ ବିଜେପି ତରଫରୁ ଗଭୀର ଶୋକବ୍ୟକ୍ତ କରାଯାଇଛି ।ତାଙ୍କ ବିୟୋଗରେ ବିଜେପି ପରିବାର ପାଇଁ ଅପୂରଣୀୟ କ୍ଷତି ହୋଇଛି ।

ରାଜ୍ୟ ବିଜେପିର ପ୍ରତିଷ୍ଠାତା ସଦସ୍ୟଭାବେ ପାର୍ଟିକୁ ତୃଣମୂଳସ୍ତରରେ ମଜ୍‌ଭୁତ କରିବା ସହ ସଙ୍ଗଠନକୁ ସୁଦୃଢ କରିବାରେ ତାଙ୍କ ଅବଦାନ ଚିରସ୍ମରଣୀୟ ହୋଇରହିବ।ତାଙ୍କ ତ୍ୟାଗ ଓ ଉତ୍ସଗୀକୃତ ମନୋଭାବ କାର୍ଯ୍ୟକର୍ତାଙ୍କ ପାଇଁ ଉଦାହରଣ ସୃଷ୍ଟି କରିବ ବୋଲି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।ସ୍ୱର୍ଗତଃ ଡକ୍ଟର ପ୍ରଧାନଙ୍କ ପାର୍ଥୀବ ଶରୀର ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବା ପରେ ଶୋଭାଯାତ୍ରାରେ ରାଜ୍ୟ କାର୍ଯ୍ୟାଳୟକୁ ଅଣାଯାଇଥିଲା ।

ରାଜ୍ୟ କାର୍ଯ୍ୟାଳୟରେ ପହଂଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ, ପୁର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ପ୍ରମୁଖ ଦଳୀୟ ପତାକା ପ୍ରଦାନ କରି ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ।
ଏହା ପରେ ବରିଷ୍ଠ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ରବି ନାରାୟଣ ନାୟକ, ନିତ୍ୟାନନ୍ଦ ଗଣ୍ଡ, ବିଭୁତି ଭୁଷଣ ଜେନା, ଡ.ମୁକେଶ ମହାଲିଙ୍ଗ, ପ୍ରଦୀପ ବଳସାମନ୍ତ, ସଂପଦ ସ୍ୱାଇଁ, ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ସଚେତକ ସରୋଜ ପ୍ରଧାନ, ରାଜ୍ୟ ସାଧାରଣ ସମ୍ପାଦକ(ସଂଗଠନ) ମାନସ ମହାନ୍ତି, ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର, ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ପ୍ରସାଦ ଶତପଥୀ, ଡ.ଯତୀନ ମହାନ୍ତି, ସୀମାଂଚଳ ଖଟେଇ, ରାଜ୍ୟ ସମ୍ପାଦକ ସରୋଜ କର, କସ୍ତୁରୀ ମିଶ୍ର, ରାଜ୍ୟ ମୁଖପାତ୍ର ସଜ୍ଜନ ଶର୍ମା, ସୁଦୀପ୍ତ ରାୟ ପ୍ରମୁଖଙ୍କ ସମେତ ସାଂସଦ, ବିଧାୟକ, ରାଜ୍ୟ ପଦାଧିକାରୀ, ବିଚାର ପରିବାର, ସାମାଜିକ ସଂଗଠନ ସମେତ ସହସ୍ରାଧିକ ସମର୍ଥକ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ।

ଆସନ୍ତାକାଲି ପୁରୀ ସ୍ୱର୍ଗଦ୍ୱାରରେ ସ୍ୱର୍ଗତଃ ଡକ୍ଟର ପ୍ରଧାନଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ ।ସ୍ୱର୍ଗତଃ ପ୍ରଧାନଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ସମସ୍ତ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତା ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

ସେୟାର କରନ୍ତୁ

Next Post

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼କ୍ଟର ଦେବେନ୍ଦ୍ର ପ୍ରଧାନ ଙ୍କ ବିୟୋଗରେ ନବୀନ ପଟନାୟକ ଙ୍କ ଶୋକ...

Mon Mar 17 , 2025
ବାସ୍ତବବ୍ୟୁରୋ(ଭୁବନେଶ୍ୱର)୧୭ ମାର୍ଚ୍ଚ ୨୦୨୫:ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ରାଜ୍ୟ ବିଜେପି ର ପୂର୍ବତନ ସଭାପତି ଡ଼କ୍ଟର ଦେବେନ୍ଦ୍ର ପ୍ରଧାନ ଙ୍କ ବିୟୋଗରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଡ଼କ୍ଟର ପ୍ରଧାନ ଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ଶ୍ରୀ ପଟନାୟକ କହିଛନ୍ତି ଯେ ସ୍ବର୍ଗତ ଡ଼କ୍ଟର ପ୍ରଧାନ ତାଙ୍କର ଅତୁଳନୀୟ ସାଂଗଠନିକ ଦକ୍ଷତା ଓ ଅମାୟିକ ବ୍ୟକ୍ତିତ୍ୱ ପାଇଁ ସ୍ମରଣୀୟ ହୋଇ […]

You May Like

Pin It on Pinterest