ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼କ୍ଟର ଦେବେନ୍ଦ୍ର ପ୍ରଧାନ ଙ୍କ ବିୟୋଗରେ ନବୀନ ପଟନାୟକ ଙ୍କ ଶୋକ…

ବାସ୍ତବବ୍ୟୁରୋ(ଭୁବନେଶ୍ୱର)୧୭ ମାର୍ଚ୍ଚ ୨୦୨୫:ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ରାଜ୍ୟ ବିଜେପି ର ପୂର୍ବତନ ସଭାପତି ଡ଼କ୍ଟର ଦେବେନ୍ଦ୍ର ପ୍ରଧାନ ଙ୍କ ବିୟୋଗରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ସ୍ବର୍ଗତ ଡ଼କ୍ଟର ପ୍ରଧାନ ଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ଶ୍ରୀ ପଟନାୟକ କହିଛନ୍ତି ଯେ ସ୍ବର୍ଗତ ଡ଼କ୍ଟର ପ୍ରଧାନ ତାଙ୍କର ଅତୁଳନୀୟ ସାଂଗଠନିକ ଦକ୍ଷତା ଓ ଅମାୟିକ ବ୍ୟକ୍ତିତ୍ୱ ପାଇଁ ସ୍ମରଣୀୟ ହୋଇ ରହିବେ.ସ୍ବର୍ଗତ ଅଟଳବିହାରୀ
ବାଜପେୟୀ ଙ୍କ ମନ୍ତ୍ରୀମଣ୍ଡଳ ରେ ଜଣେ ମନ୍ତ୍ରୀ ଭାବରେ ଗୁରୁତ୍ୱପୂର୍ଣ ବିଭାଗ ଦାୟିତ୍ୱ ରେ କାର୍ଯ୍ୟ କରି ତାଙ୍କ ପ୍ରଶାସନିକ ଦକ୍ଷତା ର ମଧ୍ୟ ପରିଚୟ ଦେଇ ଯାଇଛନ୍ତି ।

ଡ଼କ୍ଟର ପ୍ରଧାନଙ୍କ ବିୟୋଗରେ ରାଜ୍ୟ ଜଣେ ପ୍ରଭାବଶାଳୀ ରାଜନୈତିକ ବ୍ୟକ୍ତିତ୍ୱ ଓ ଲୋକପ୍ରିୟ ରାଜନେତା ଙ୍କୁ ହରାଇଲା ବୋଲି ଶ୍ରୀ ପଟ୍ଟନାୟକ ତାଙ୍କ ଶୋକ ବାର୍ତା ରେ କହିଛନ୍ତି।

ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶ୍ରୀ ପଟ୍ଟନାୟକ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ସେୟାର କରନ୍ତୁ

Next Post

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

Wed Mar 19 , 2025
ବାସ୍ତବ ବ୍ୟୁରୋ: ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି । ଏପ୍ରିଲ ୨ରୁ ରାଜ୍ୟରେ ହେବ ସକାଳୁଆ ସ୍କୁଲ । ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ପ୍ରଦାନ କରିଛନ୍ତି । ସକାଳ ୭ଟାରୁ ୯ଟା ଯାଏଁ ରାଜ୍ୟରେ ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲାରହିବ । ତାତି ବଢିଲେ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ସହିତ ପିଲାଙ୍କ […]

You May Like

Pin It on Pinterest