ପାଣିପାଗ ବିଭାଗର ସ ରଚିବ ପାଣିପାଗ ବିଭାଗର ସତର୍କ ସୁଚନା ତାଣ୍ଡବ ରଚିବ କାଳବୈଶାଖୀ ….

ବାସ୍ତବବ୍ୟୁରୋ: ଆଭ୍ୟନ୍ତରୀଣ ଓ ଉପକୂଳରେ ପ୍ରବଳ ଗ୍ରୀଷ୍ମପ୍ରବାହ ଭିତରେ ବର୍ଷା ଆଣିବ ଆଶ୍ବସ୍ତି । ଆସନ୍ତା ଏପ୍ରିଲ୍ ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୮ ତାରିଖ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ । ସେହିପରି ୯ ତାରିଖ ଦିନ ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ବର୍ଷା ନେଇ ଆଲର୍ଟ କରାଯାଇଛି ।

ଏପ୍ରିଲ ୧୦ ତାରିଖରେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗତ ଦୁଇଦିନ ଧରି ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ବୃଦ୍ଧି ଦେଖିବାକୁ ମିଳିଛି । ୪୦ ଡିଗ୍ରୀ ଉପରେ ୩ ସହର ରହିଥିବା ବେଳେ ୭ସହରର ତାମପାତ୍ରା ୩୯ ଡିଗ୍ରୀ ଉପରେ ରହିଥିଲା । ଟିଟିଲାଗଡ଼ରେ ସର୍ବାଧିକ ୪୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୋନପୁରରେ ୪୦.୧ ଓ ବୌଦ୍ଧ ୪୦ ଡିଗ୍ରୀ ରେକର୍ଡ କରାଯାଇଛି । ଆଜି(ରବିବାର) ଓ ଆସନ୍ତାକାଲି(ସୋମବାର) ମଧ୍ୟ ଗ୍ରୀଷ୍ମ ପ୍ରବାହର ପ୍ରଭାବ ଜାରି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ସେୟାର କରନ୍ତୁ

Next Post

ଦକ୍ଷିଣ ବଙ୍ଗୋପସାଗରେ ସୃଷ୍ଟିହେଲା ଲଘୁଚାପ ୧୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ବର୍ଷା

Mon Apr 7 , 2025
ବାସ୍ତବ ବ୍ୟୁରୋ :ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।ଏହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହାସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବାର ସମ୍ଭାବନା ରହିଛି । ଏ […]

You May Like

Pin It on Pinterest