ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା….

ବାସ୍ତବ ବ୍ୟୁରୋ: ଆଜି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ରାଜ୍ୟ ସରକାର । ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି ମୋହନ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । 

ସୂଚନାଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ । ମଙ୍ଗଳବାର ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।

ଏହାଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ । ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି ।

ସେୟାର କରନ୍ତୁ

Next Post

ମେ ୬ରୁ ଜୁନ୍ ୧୯ ଯାଏଁ ଖରା ଛୁଟି ପାଇଁ ବନ୍ଦ ରହିବ ସ୍କୁଲ

Wed Apr 16 , 2025
ବାସ୍ତବ ବ୍ୟୁରୋ: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍‌ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି ।  ଏକାଡେମିକ୍‌ କ୍ୟାଲେଣ୍ଡର ଅନୁଯାୟୀ, ମେ ୬ରୁ ଜୁନ୍‌ ୧୯ ତାରିଖ ଯାଏ ଖରାଛୁଟି ପାଇଁ ସ୍କୁଲ ବନ୍ଦ ରହିବ । ଚଳିତ ଶିକ୍ଷାବର୍ଷରେ ୫୨ଟି ରବିବାର ରହିଛି । ଏଥିସହ ୮୦ଟି ପୂଜା ଓ […]

You May Like

Pin It on Pinterest