ମେ ୬ରୁ ଜୁନ୍ ୧୯ ଯାଏଁ ଖରା ଛୁଟି ପାଇଁ ବନ୍ଦ ରହିବ ସ୍କୁଲ

ବାସ୍ତବ ବ୍ୟୁରୋ: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍‌ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି । 

ଏକାଡେମିକ୍‌ କ୍ୟାଲେଣ୍ଡର ଅନୁଯାୟୀ, ମେ ୬ରୁ ଜୁନ୍‌ ୧୯ ତାରିଖ ଯାଏ ଖରାଛୁଟି ପାଇଁ ସ୍କୁଲ ବନ୍ଦ ରହିବ । ଚଳିତ ଶିକ୍ଷାବର୍ଷରେ ୫୨ଟି ରବିବାର ରହିଛି । ଏଥିସହ ୮୦ଟି ପୂଜା ଓ ବିଭିନ୍ନ ଛୁଟି ରହିଛି । ଅତିରିକ୍ତ ୨ଟି ଛୁଟି ମଧ୍ୟ ରଖାଯାଇଛି । ୨୩୧ଟି କାର୍ଯ୍ୟଦିବସ ଅଛି, ଅର୍ଥାତ୍‌ ଶିକ୍ଷକମାନେ ୨୩୧ ଦିନ ସ୍କୁଲ ଆସିବେ । ଶିକ୍ଷା କ୍ୟାଲେଣ୍ଡରକୁ ପାଳନ କରିବାକୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ କୁହାଯାଇଛି ।

ସେୟାର କରନ୍ତୁ

Next Post

ଲରମ୍ଭା କଲେଜ ସମର ଶିକ୍ଷାର୍ଥୀ ବାହିନୀ ନୈାସେନାର ବିଦାୟ ସମ୍ବର୍ଦ୍ଧନା ଉତ୍ସବ....

Fri Apr 18 , 2025
ବରଗଡ଼୧୮/୪(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ସ୍ଥିତ ଲରମ୍ଭା କଲେଜର ସମର ଶିକ୍ଷାର୍ଥୀ ବାହିନୀ ନୈାସେନା ତୃତୀୟ ବର୍ଷର ଶିକ୍ଷାର୍ଥୀ ମାନଙ୍କର ଏକ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ପ୍ରୟୋଜନୀ ଅଡର୍ଚାଟ ଅନ୍ଧାରି ପାଲି ପରିସରରେ ଅନୁଷ୍ଠିତ ହୋଇ ଯାଇଛି। କଲେଜ ଅଧ୍ୟକ୍ଷ ଡ଼ ପ୍ରମୋଦ କୁମାର ଭୋଇଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଲରମ୍ଭା କଲେଜର ଅବସର ପ୍ରାପ୍ତ ପଦାର୍ଥ ବିଜ୍ଞାନ ପ୍ରାଧ୍ୟାପକ କିଶୋର ଚନ୍ଦ୍ର ହୋତା,ଅଧ୍ୟାପକ ପ୍ରଦିପ କୁମାର […]

You May Like

Pin It on Pinterest