ଆଗାମୀ ୬ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ବିପଦ……

ବାସ୍ତବ ବ୍ୟୁରୋ: ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୁଆପଥର ସହ ବିଜୁଳି ଓ କାଳବୈଶାଖୀର ସମ୍ଭାବନା ରହିଛି । ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଆଗାମୀ ୬ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆସନ୍ତାକାଲି ଅର୍ଥାତ୍ ୨୦ ତାରିଖ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମ ଓ ଗଜପତି ଜିଲ୍ଲା । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି, କୁଆପଥର ସହ ପବନ ୫୦-୬୦ କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି, କୁଆପଥର ସହ ୪୦-୫୦ କିଲୋମିଟର ପ୍ରତି ଘଣ୍ଟା ପବନ ହେବାର ସମ୍ଭାବନା ରହିଛି । ଅନ୍ୟପଟେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି, କୁଆପଥର ସହ ପବନ ହେବାର ସମ୍ଭାବନା ରହିଛି ।

୨୧ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମ ଓ ଗଜପତି ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି, କୁଆପଥର ସହ ପବନ ହେବାର ସମ୍ଭାବନା ରହିଛି ।

ସେହିପରି ୨୨ ଓ ୨୩ ତାରିଖରେ ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହ ପବନ ହେବାର ସମ୍ଭାବନା ରହିଛି ।

ଅନ୍ୟପଟେ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । 

ସେୟାର କରନ୍ତୁ

Next Post

ପଶ୍ଚିମ ଓଡ଼ିଶା ବରିଷ୍ଠ ନାଗରିକ ମହା ସଂଘ ସାଧାରଣ ସଭାରେ ବରଗଡ଼ ଜିଲ୍ଲାର ଯୋଗଦାନ...

Sun Apr 20 , 2025
ବରଗଡ଼(ନବୀନ କୁମାର ଦାଶ): ସୁନ୍ଦରଗଡ଼ ର ବିକାଶ ସମ୍ମିଳନୀ କକ୍ଷରେ ପଶ୍ଚିମ ଓଡ଼ିଶାର ୧୧ ଟି ଜିଲ୍ଲାକୁ ନେଇ ମହାସଂଘ ର ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଅଛି ।ଏଥିରେମହାସଂଘ ସଭାପତି ପ୍ର :ଟହଲୁ ସାହୁ ଅଧକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧକ୍ଷା ଶ୍ରୀମତୀ ତନୟା ମିଶ୍ର, ସମ୍ମାନୀତ ଅତିଥି ଭାବେ ଶ୍ରୀ ସୁରଞ୍ଜନ କୁମାର ସାହୁ, ବରିଷ୍ଠ ପ୍ରଶାସକ, ମହାସଚିବ ଶ୍ରୀ ନାରାୟଣ ନାୟକ, କୋଷାଧକ୍ଷ […]

You May Like

Pin It on Pinterest