
କେନ୍ଦ୍ରାପଡ଼ା(ରାକେଶ ମହାନ୍ତି): ୩୦/୦୫/୨୦୨୫-ଆସନ୍ତା ୨ ତାରିଖ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦ୍ରାପଡ଼ା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।
ବୈଠକ ଜିଲ୍ଲାପାଳ ବିଭିନ୍ନ ଅଧିକାରୀଙ୍କୁ ଦେଇଥିବା ଦାୟୀତ୍ବ ସମ୍ପର୍କରେ ବୁଝିବା ସହିତ ଅନ୍ୟ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ଆଲୋଚନା କରିଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜିଲ୍ଲାପାଳଙ୍କ ନେତୃତ୍ୱରେ ଜିଲ୍ଲା ପ୍ରଶାସନ ପ୍ରସ୍ତୁତି ଜୋରଦାର ଚଳାଇଛି ।ସୂଚନା ଅନୁସାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମାଉସୀମା ମନ୍ଦିର ଠାରୁ ବଳଦେଉଜିଉ ମନ୍ଦିର ପର୍ଯ୍ୟନ୍ତ ତ୍ରିରଙ୍ଗା ରାଲିରେ ସାମିଲ ହେବେ । ବଳଦେବ ଜିଉଙ୍କ ଦର୍ଶନ ପରେ ସର୍କିଟ୍ ହାଉସଠାରେ ସମୀକ୍ଷା ବୈଠକ କରିବାର କାର୍ଯ୍ୟକ୍ରମ ରହିଛି ।
ଆଜିର ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିୟା, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ମଲ୍ଲିକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦେବାଶିଷ ଧଳ, ସମେତ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ, ଲାଇନ ବିଭାଗର ଅଧିକାରୀ, ବିଡ଼ିଓ, ତହସିଲଦାର ପ୍ରମୁଖ ଉପସ୍ଥିତ ଥିଲେ ।



