ଜୁନ୍ ୨୦ରେ ଆସିବେ ପ୍ରଧାନମନ୍ତ୍ରୀ ମୋଦୀ:ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

ବାସ୍ତବ ବ୍ୟୁରୋ: ଜୁନ୍ ୨୦ରେ ଆସିବେ ପ୍ରଧାନମନ୍ତ୍ରୀ ମୋଦୀ । ଏ ନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।  ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି  ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ।  ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ଏବଂ ତାଙ୍କ ଗସ୍ତ ସମୟରେ ଘୋଷଣା ସମ୍ପର୍କରେ ଅଧିକ ବିବରଣୀକୁ ଅପେକ୍ଷା କରାଯାଇଛି।

ଭୁବନେଶ୍ୱରର ଜନତା ମଇଦାନରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ବିଜେପି ସରକାର ଗତ ବର୍ଷ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ନିଜର ସଫଳତା ବଖାଣିବେ। ବର୍ଷ ପୂର୍ତ୍ତିକୁ ଉତ୍ସବ ଭାବେ ନୁହେଁ ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ପାଳନ କରିବେ ରାଜ୍ୟ ସରକାର ।   ଏହି  ରିପୋର୍ଟ କାର୍ଡ ଧରି ରାଜ୍ୟର ଏକ କୋଟି ପରିବାର ପାଖରେ ପହଞ୍ଚିବେ ସରକାର । ଜୁନ ୧୨ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ । 

ସେୟାର କରନ୍ତୁ

Next Post

ବିଜେପିରେ ଯୋଗଦେଲେ ତେନ୍ତୁଳି ଖୁଂଟି ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ...

Mon Jun 9 , 2025
 ବିଜେପି ଉପରେ ଆସ୍ଥା ଓ ବିଶ୍ୱାସ ପ୍ରକଟ କରି ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଂଟି ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷଙ୍କ ସମେତ ସମିତି ସଭ୍ୟା, ସରପଂଚ ଓ ବିଜେଡି କର୍ମୀଙ୍କ ବିଜେପିରେ ଯୋଗଦାନ ।  ସମସ୍ତ ନୂତନ ସଦସ୍ୟଙ୍କୁ ସ୍ୱାଗତ ଜଣାଇଲେ ରାଜ୍ୟ ସଭାପତି । ଭୁବନେଶ୍ୱର(ନି.ପ୍ର)୦୯/୦୬: ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ବିଜେପି ସରକାର ବଦ୍ଧ ପରିକର । ବିଜେପି ସରକାର ଉପରେ ଓଡ଼ିଶାବାସୀଙ୍କ […]

You May Like

Pin It on Pinterest