ବିଜେପିରେ ଯୋଗଦେଲେ ତେନ୍ତୁଳି ଖୁଂଟି ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ…

 ବିଜେପି ଉପରେ ଆସ୍ଥା ଓ ବିଶ୍ୱାସ ପ୍ରକଟ କରି ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଂଟି ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷଙ୍କ ସମେତ ସମିତି ସଭ୍ୟା, ସରପଂଚ ଓ ବିଜେଡି କର୍ମୀଙ୍କ ବିଜେପିରେ ଯୋଗଦାନ ।
 ସମସ୍ତ ନୂତନ ସଦସ୍ୟଙ୍କୁ ସ୍ୱାଗତ ଜଣାଇଲେ ରାଜ୍ୟ ସଭାପତି ।

ଭୁବନେଶ୍ୱର(ନି.ପ୍ର)୦୯/୦୬: ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ବିଜେପି ସରକାର ବଦ୍ଧ ପରିକର । ବିଜେପି ସରକାର ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି । ବିଜେପି ସରକାର ସମେତ ଏମ୍‌ପି, ବିଧାୟକଙ୍କ ୧ ବର୍ଷ କାର୍ଯ୍ୟରେ ଆସ୍ଥା ପ୍ରକଟ କରି ଆଜି ନବରଙ୍ଗପୁର ଜିଲ୍ଲାର ତେନ୍ତୁଳିଖୁଂଟି ବ୍ଲକ ଅଧ୍ୟକ୍ଷା ନିଲେନ୍ଦ୍ରୀ ନାୟକ, ଉପାଧ୍ୟକ୍ଷ ରାଜନ୍ଦ୍ରେ ବିଶୋଇ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ସେମାନଙ୍କ ସମେତ ଅମଳାଭଟା ଗ୍ରାମପଂଚାୟତ ସମିତି ସଭ୍ୟା ବିଦୁସ୍ମିତା ଜାନି, କାମତା ପଂଚାୟତ ସମିତି ସଭ୍ୟା, ମଂଚାଗାଁ ପଂଚାୟତ ସରପଂଚ ତିରୁପତି ମହାନ୍ତି, ବିଜେଡି କର୍ମୀ, ଜି.ସତ୍ୟମ ନାଇଡୁ, ଗୋଲକ ନାୟକ, ସିନ୍ଦୁ ନାୟକ, ଲମ୍ବୋଦର ନାୟକ, ପୁରଷୋତମ ଜାନି, ପଦଲାମ ସଗରିଆ ପ୍ରମୁଖ ବିଜେପିରେ ସାମିଲ ହୋଇଛନ୍ତି ।ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ସମସ୍ତ ନୂତନ ସଦସ୍ୟଙ୍କୁ ଟୋପି ଓ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ ।

ଏହି ମିଶ୍ରଣ ପର୍ବରେ ନବରଂଗପୁର ସାଂସଦ ଶ୍ରୀ ବଳଭଦ୍ର ମାଝି, ବିଧାୟକ ଗୌରୀ ଶଙ୍କର ମାଝି, ବିଧାୟକ ରୂପ ଭତ୍ରା ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର, ବିରଂଚି ନାରୟଣ ତ୍ରିପାଠୀ, ପୂର୍ବତନ ବାଚସ୍ପତି ରାମଚନ୍ଦ୍ର ପଣ୍ଡା, କାହ୍‌ୁ ଦାସ, ପ୍ରଶାନ୍ତ ନାୟକ, ଅଭିମନ୍ରୁ ହରିଜନ, ହରେକୃଷ୍ଣ ମୁଦୁଲି, ଧରଣୀ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।

ସେୟାର କରନ୍ତୁ

Next Post

ସରକାରଙ୍କ ଜନହିତକର ଯୋଜନାର ସୁଫଳ ଲୋକଙ୍କ ପାଖରେ ପହଞ୍ଚାଅ....

Wed Jun 11 , 2025
କେନ୍ଦ୍ରାପଡ଼ା(ନି.ପ୍ର)୧୦.୦୬.୨୦୨୫:କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଭାରୀ ତଥା ମାନ୍ୟବର ମନ୍ତ୍ରୀ ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ବ୍ୟପାର ଏବଂ ଓଡିଆ ଭାଷା,ସାହିତ୍ୟ ଓ ସଂସ୍କୃତି ଶ୍ରୀ ସୂର୍ଯ୍ୟଵଂଶୀ ସୂରଜ କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତକରି ସରକାରଙ୍କ ବିଭିନ୍ନ ଯୋଜନା ଓ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି | ସ୍ଥାନୀୟ ଜିଲ୍ଲପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ମହାକାଳପଡା ବିଧାୟକ ଡ.ଦୁର୍ଗା ପ୍ରସନ୍ନ ନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ […]

You May Like

Pin It on Pinterest