ଜୁନ୍ ୨୦ରୁ ରାଜ୍ୟରେ ଖୋଲିବ ସ୍କୁଲ

ବାସ୍ତବ ବ୍ୟୁରୋ: ଜୁନ୍ ୨୦ରୁ ରାଜ୍ୟରେ ଖୋଲିବ ସ୍କୁଲ । ଜୁନ୍ ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ ।

ସ୍କୁଲରେ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ଭଲ ଖାଦ୍ୟ ମିଳିବ । ଯେମିତି ସ୍ୱାସ୍ଥ୍ୟକର ପରିବେଶ ଭିତରେ ଉତ୍ତମ ଖାଦ୍ୟ ମିଳିବ ତା ଉପରେ ଗୁରୁତ୍ୱ ଦେଇଛନ୍ତି ସରକାର । ଏନେଇ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ସବୁ ଜିଲ୍ଲା ଶିକ୍ଷାଅଧିକାରୀଙ୍କୁ ଚିଠି କରିଛନ୍ତି ।

 ସେହିପରି ସ୍କୁଲି ଖୋଲିବା ପରେ ପିଲାଙ୍କ ପାଠପଢ଼ା ଯେପରି ହେବ ଓ ୨୦୨୫-୨୬ ଶିକ୍ଷାବର୍ଷ ଠିକ୍‌ ଭାବେ ପରିଚାଳିତ ହୋଇପାରିବେ । ସେନେଇ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ /ପ୍ରଧାନଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବର୍ଷା ଯୋଗୁ କ୍ୟାମ୍ପସ ପରିସରରେ ଉଠିଥିବା ଗଛଲତା ସଫା କରିବା, ପାଣି ଟାଙ୍କି ସଫା କରିବା, ପିଲାଙ୍କ ବସିବା ବେଞ୍ଚ୍‌ ଓ ଚେୟାରକୁ ଠିକ୍‌ ଭାବେ ପ୍ରସ୍ତୁତ ରଖିବାକୁ କୁହାଯାଇଛି। ସେହିପରି ପରିସ୍ରାଗାର, ଇ-ଲାଇବ୍ରେରୀ, ରୋଷେଇ ଘରଗୁଡ଼ିକୁ ମଧ୍ୟ ସଫା କରିବା ସହିତ ମଧ୍ୟାହ୍ନଭୋଜନ ପାଇଁ ଥିବା ସାମଗ୍ରୀ ସବୁକୁ ଯାଞ୍ଚ କରିବାକୁ ପ୍ରଧାନ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସେୟାର କରନ୍ତୁ

Next Post

ବିକାଶ ମେଳର ଚତୁର୍ଥ ଦିବସ: ବିକଶିତ ଓଡ଼ିଶା ଏବଂବିକଶିତ ଜିଲ୍ଲା ପାଇଁ ପରାମର୍ଶ କର୍ମଶାଳା....

Mon Jun 16 , 2025
ବରଗଡ଼(ନବୀନ କୁମାର ଦାଶ):ବିକାଶ ମେଳାର ଚତୁର୍ଥ ଦିବସରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହାଙ୍କ ଅଧ୍ୟକ୍ଷତା ରେ ଜିଲ୍ଲାସ୍ତରୀୟ ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ପାଳ ମଧୁଛନ୍ଦା ସାହୁଙ୍କ ସମେତ ସମ୍ମାନିତ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ […]

You May Like

Pin It on Pinterest