ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର…

ବରଗଡ଼୧୬.୦୬.୨୦୨୫(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅମ୍ବାଭୋନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତା ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।

ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା,ଉପଜିଲ୍ଲାପାଳ ପ୍ରସନ୍ନ ପାଣ୍ଡେ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କୁବେର ଚନ୍ଦ୍ର ମହାନ୍ତି,ଅମ୍ବା ଭୋନା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜ୍ୟୋତ୍ସ୍ନାରାଣୀ ଗଡ଼ତିଆ ଏବଂ ବ୍ଲକ ଅଧ୍ୟକ୍ଷ କୀର୍ତ୍ତିଚନ୍ଦ୍ର ଦୁଆନ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।

ସୂଚନାଯୋଗ୍ୟକି,ଉକ୍ତ ଶିବିରରେ ଜଳସେଚନ,ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ,ରାସନ କାର୍ଡ,ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା,ରାସ୍ତା ନିର୍ମାଣ,କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୪୦ ଗୋଟି ଅଭିଯୋଗ ମଧ୍ୟରୁ ୨୦ ଗୋଟି ବ୍ୟକ୍ତିଗତ ଏବଂ ୨୦ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସେୟାର କରନ୍ତୁ

Next Post

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପକ୍ଷେତ୍ର

Tue Jun 17 , 2025
ବାସ୍ତବ ବ୍ୟୁରୋ: ପାଣିପାଗ ବିଭାଗର ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପକ୍ଷେତ୍ର। ୨୪ ଘଣ୍ଟାରେ ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସାଢେ ୫ଟା ସମୟରେ ଦକ୍ଷିଣପଶ୍ଚିମ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ […]

You May Like

Pin It on Pinterest