
ବରଗଡ଼(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ବରପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତା ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଅତିରିକ୍ତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁରଜ କୁମାର ପଟ୍ଟନାୟକ,ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କୁବେର ମହନ୍ତ ଏବଂ ବରପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁମନ୍ତ କୁମ୍ଭାର ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।ସୂଚନା ଯୋଗ୍ୟକି,ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ,ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା,ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୪୨ ଗୋଟି ଅଭିଯୋଗ ମଧ୍ୟରୁ ୨୯ ଗୋଟି ବ୍ୟକ୍ତିଗତ, ୧୩ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।