ଲୋୟର ପିଏମଜିରେ ବିଜେଡି କର୍ମୀ ଓ ପୋଲିସ ଧସ୍ତାଧାସ୍ତି; ହସ୍ପିଟାଲରେ ଭର୍ତ୍ତି ହେଲେ ଅନେକ ବିଜେଡି କର୍ମୀ

ବାସ୍ତବ ବ୍ୟୁରୋ: ଲୋୟର ପିଏମଜିରେ ବିଜେଡି କର୍ମୀ ଓ ପୋଲିସ ଧସ୍ତାଧାସ୍ତି । ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ବିଚାର ବିଭାଗୀୟ ତଦନ୍ତ ଦାବି କରି ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉତ୍ତେଜନାମୂଳକ ସ୍ଥିତି ଉପୁଜିଛି। 

ଆନ୍ଦୋଳନକାରୀଙ୍କ ଦାବି ରହିଛି କି ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ନୁହେଁ ରାଜ୍ୟ ସରକାର ୨ କୋଟି ଟଙ୍କା ସହାୟତା ପ୍ରଦାନ କରନ୍ତୁ। ଏହାସହ ଉଚ୍ଚଶିକ୍ଷାମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇସ୍ତଫା ଦିଅନ୍ତୁ। ଏସବୁ ସହ ସରକାର ରାଜରାସ୍ତାରେ ଆଣ୍ଠୁମାଡ଼ି ନିଜର ଭୁଲ ପାଇଁ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ବିଜେଡି ପକ୍ଷରୁ ଦାବି କରାଯାଇଛି। 

ହଜାର ହଜାର ବିଜେଡି କର୍ମୀ ଶୋଭାଯାତ୍ରାରେ ଆସି ଲୋକସେବା ଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଲୋକସେବା ଭବନ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ । ବିଜେଡି କର୍ମୀମାନେ ବ୍ୟାରିକେଡ୍ ଭାଙ୍ଗିବା ପରେ ପୁଲିସ ପକ୍ଷରୁ ସେମାନଙ୍କ ଉପରେ ପାଣି ଓ ଲୁହବୁହା ଗ୍ୟାସ୍ ମାଡ଼ କରାଯାଇଛି। ଏଥିସହ ରବର ବୁଲେଟ ମଧ୍ୟ ମାଡ କରିଛି । ଯେଉଁଥିରେ ଆହତ ହୋଇଛନ୍ତି ଏକାଧିକ ବିଜେଡି କର୍ମୀ । ପାଣିମାଡ, ଲୁହବୁହା ଗ୍ୟାସ ଏବଂ ରବର ବୁଲେଟ ମାଡ଼ରେ ବବି ଦାସଙ୍କ ସମେତ ଅନେକ ଟାଣୁଆ ନେତା ଆହତ । ବବି ଦାସଙ୍କ ଗୋଡରେ ଲାଗିଛି ଆଘାତ । ତାଙ୍କୁ ଆହତ ଅବସ୍ଥାରେ ଆପୋଲୋ ନିଆଯାଇଥିବା ବେଳେ ସେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ଡାନି ଘଡାଇ ମଧ୍ୟ ଆହତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସୁଲତା ଦେଓ ମଧ୍ୟ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କ ଛାତିରେ ଆଘାତ ଲାଗିଥିବା ସେ କହିଛନ୍ତି । ପ୍ରମିଳା ମଲ୍ଲିକ, ସୁନିଲ ମହାନ୍ତି, ବିଶ୍ଵ ମଲ୍ଲିକ, ଜିତୁ ବଳବନ୍ତରାୟ, ସଞ୍ଜୀବ ମଲ୍ଲିକ ଆପୋଲ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି ।

ଏଣେ ଅରୁଣ ସାହୁଙ୍କ ସମେତ ଶତାଧିକ ବିଜେଡି କର୍ମୀଙ୍କୁ ଉଠାଇ ନେଲା ପୋଲିସ ।  କେତେକ ବିଜେଡି ନେତା ଓ କର୍ମୀ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି।

ସେୟାର କରନ୍ତୁ

Next Post

ଆଜି ଓଡିଶା ବନ୍ଦ; କଣ ଖୋଲା, କଣ ବନ୍ଦ?

Thu Jul 17 , 2025
ଭୁବନେଶ୍ବର(ନି.ପ୍ର): ଆଜି ଏଫଏମ୍ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଶାନ୍ତିପୂର୍ଣ୍ଣ ବନ୍ଦ ଡାକରା କଂଗ୍ରେସ ସମେତ ୮ଟି ରାଜନୈତିକ ଦଳ ଦେଇଛନ୍ତି। ଆଜି ଅଖ ଚକ ବନ୍ଦ କରିବ କଂଗ୍ରେସ। ଗାଡ଼ି ମୋଟର ଚଳାଚଳ ବନ୍ଦ ରହିବ।ସେହିପରି ସ୍କୁଲ୍ କଲେଜ୍, ଦୋକାନ ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିବ। ବନ୍ଦ ପାଳନ ବେଳେ ସ୍ବାସ୍ଥ୍ୟସେବାକୁ ବାଦ ଦିଆଯିବ। ମେଡିକାଲ୍, ମେଡିସିନ୍ ଷ୍ଟୋର, […]

You May Like

Pin It on Pinterest