
କେନ୍ଦ୍ରାପଡ଼ା(ନି.ପ୍ର):ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି।କେନ୍ଦ୍ରାପଡ଼ା ମୁନ୍ସିପାଲଟି ଟାଉନ ହଲ ଠାରେ ଅନୁଷ୍ଠିତ ମିଳିତ ଜନଶୁଣାଣି ଶିବିରରେ ମୋଟ ୧୭୫ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା।ସେଥି ମଧ୍ୟରୁ ଟି ୧୫୫ ବ୍ୟକ୍ତିଗତ ଏବଂ ୨୦ଟି ସାମୂହିକ ଅଭିଯୋଗ ।
ରେଡ଼କ୍ରସରୁ ଜଣଙ୍କୁ ୩ ହଜାର ଏବଂ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୪ ଜଣଙ୍କୁ ୭୦ ହଜାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅଭିଯୋଗ ଶୁଣାଣି କରିଥିବା ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ବୈଠକରେ ଜିଲ୍ଲାପାଳ ରଘୁରାମ ଆର ଆୟାର, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା,ଉପଜିଲ୍ଲାପାଳ ଅରୁଣ କୁମାର ନାୟକ,ନିର୍ବାହୀ ଅଧିକାରୀ ପୌରପରିଷଦ ଅଜିତ ନାରାୟଣ ଗିରି ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।
ସୂଚନାନୁଯାଇ୧୧ ଅଗଷ୍ଟରେ ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ, ୧୮ ଅଗଷ୍ଟରେ ରାଜକନିକା ବ୍ଲକ କାର୍ଯ୍ୟାଳୟ, ଏବଂ ୨୫ ଅଗଷ୍ଟରେ ମାର୍ଶାଘାଇ ବ୍ଲକ କାର୍ଯ୍ୟାଳୟ ଠାରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହେବ।



