
ବରଗଡ଼୧୫/୦୯(ଅତାବିରା):ବରଗଡ଼ ଜିଲ୍ଲା ଅମ୍ବାଭୋନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା, ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କୁବେର ମହନ୍ତ,ଅମ୍ବାଭୋନା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲଳିତ ବାଗ ଏବଂ ବ୍ଲକ ଅଧ୍ୟକ୍ଷ କୀର୍ତ୍ତି ଚନ୍ଦ୍ର ଦୁଆନ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।
ସୂଚନାଯୋଗ୍ୟକି,ଉକ୍ତ ଶିବିରରେ ଜଳସେଚନ,ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ,ରାସନ କାର୍ଡ,ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ,କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୬୬ ଗୋଟି ଅଭିଯୋଗ ମଧ୍ୟରୁ ୬୨ ଗୋଟି ବ୍ୟକ୍ତିଗତ, ୪ ଗୋଟି ସାମୁହିକ ଅଭିଯୋଗ ଏବଂ ୧ ଗୋଟି ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।