ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟର ବାର୍ଷିକୋତ୍ସବ….

ବରଗଡ଼(ତୁଳସି ଚରଣ ଦାଶ)୨୧./୦୩: ସ୍ଥାନୀୟ ବିଜୁପଟ୍ଟନାୟକ ଟାଉନ ହଲଠାରେ ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଅଛି ।

ଅଧ୍ୟକ୍ଷ ଡଃ ସରୋଜ କୁମାର ଦେବତା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବିଧାୟକ ଶ୍ରୀ ଅଶ୍ବିନୀ କୁମାର ଷଡଙ୍ଗୀ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୂଛନ୍ଦା ସାହୁ ଓ ମହାବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ଶ୍ରୀ ସୁରେଶ୍ଵର ଶତପଥି ଯୋଗଦେଇଥିଲେ।
ଆଗାମୀ ଦିନରେ ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ କୁ ଆହୁରି ଉନ୍ନତ କରାଯିବ ବୋଲି ବିଧାୟକ ଶ୍ରୀ ଷଡ଼ଙ୍ଗୀ ତାଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ ।
ଏହା ପୂର୍ବରୁ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।
ଅଶୋକ କୁମାର ଦେବତା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ଶ୍ରୀମତୀ ନମିତା ବିଶି ଧନ୍ୟବାଦ ଅର୍ପଣ କରିଥିଲେ।
ଛାତ୍ରଛାତ୍ରୀଙ୍କ ଦ୍ବାରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲ।

ସେୟାର କରନ୍ତୁ

You May Like

Pin It on Pinterest