IIC ବିୟୁଟି ମହାନ୍ତି ଆତ୍ମହତ୍ୟା ଘଟଣାରେ ନୂଆ ମୋଡ…

କଟକ(ବାସ୍ତବକଥା): IIC ବିୟୁଟି ମହାନ୍ତି ଆତ୍ମହତ୍ୟା ଘଟଣାରେ ନୂଆ ମୋଡ।ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ଘଟଣାରେ କମିଶନରେଟ୍ ପୋଲିସ ଜଣଙ୍କୁ ଅଟକ ରଖି ଜେରା କରୁଛି ।ଅଟକ ଥିବା ଜଣଙ୍କ ପୋଲିସ ବିଭାଗର ଜଣେ କର୍ମଚାରୀ ବୋଲି ଜଣାପଡିଛି।ଏହି ବ୍ୟକ୍ତିଙ୍କୁ ଅଜ୍ଞାତ ସ୍ଥାନରେ ଅଟକ ରଖି ଜେରା କରୁଛି କମିଶନରେଟ୍‌ ପୋଲିସ।

ଗତ ଶନିବାର ଦିନ କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତି ନିକ କ୍ୱାର୍ଟର୍ସରେ ଆତ୍ମହତ୍ୟା କରିଥିଲେ ।ତେବେ କୌଣସି କାରଣକୁ ନେଇ ଆତ୍ମହତ୍ୟା କରିଛନ୍ତି ।ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନଥିଲା।ତଥାପି ପରିବାର ଓ ସଂପର୍କୀୟମାନେ ଆଣିଥିଲେ ସଙ୍ଗୀନ ଅଭିଯୋଗ।କୁଆଡେ କାମ ଅଧିକ ଚାପ ଅନୁଭବ କରୁଥିଲେ । ଏପିରିକି ରବିବାର ଅପରାହ୍ନ ସମୟରେ ଓଡ଼ିଶା ପୋଲିସ ଅଫିସର ମହାସଂଘ ପ୍ରେସମିଟ୍ କରିଥିଲା ।ଯେଉଁଥିରେ ସଂଘ ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଦାବି କରିବା ସହ ୩୦ ଦିନ ମଧ୍ୟରେ ରିପୋର୍ଟକୁ ଆସର୍ବଜନୀନ କରିବାକୁ ଦାବି କରିଥିଲା

ଏପଟେ ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ଘଟଣାରେ ନୂଆ ଅପଡେଟ୍ ସାମ୍ନାକୁ ଆସିଛି ।ଆତ୍ମହତ୍ୟା ଘଟଣାରେ କମିଶନରେଟ୍ ପୋଲିସ ଜଣଙ୍କୁ ଅଟକ ରଖି ଜେରା କରୁଛି । ଅଟକ ଥିବା ଜଣଙ୍କ ପୋଲିସ ବିଭାଗର ଜଣେ କର୍ମଚାରୀ ବୋଲି ଜଣାପଡିଛି । ଅଜ୍ଞାତ ସ୍ଥାନରେ ଅଟକ ରଖି ଜେରା କରୁଛି ପୋଲିସ । ଏପିରିକି ଅଟକ ବ୍ୟକ୍ତିଙ୍କ ମୋବାଇଲ ମଧ୍ୟ ଯାଞ୍ଚ କରାଯାଉଛି ।

ସେୟାର କରନ୍ତୁ

Next Post

ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ୨୦୨୬ ପାଇଁ ପ୍ରସ୍ତୁତି ବୈଠକ....

Sun Jul 5 , 2026
କେନ୍ଦ୍ରାପଡ଼ା(ଚତୁର୍ଭୁଜଦାଶ): ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା ୨୦୨୬କୁ ଶାନ୍ତିଶୃଙ୍ଖଳା ସହିତ ସମାପନ ନିମନ୍ତେ ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରସ୍ତୁତି ବୈଠକରେ ମୁଖ୍ୟତଃ ରଥଗଠନ, ରଥଯାତ୍ରା ଓ ବାହୁଡ଼ାଯାତ୍ରା ନୀତି ନିର୍ଘଣ୍ଟ,ରାସ୍ତାଘାଟ ମରାମତି, ନିରବିଚ୍ଛିନ୍ନ ବିଦ୍ୟୁତ ଯୋଗାଣ, ଜନସ୍ୱାସ୍ଥ୍ୟ, ଜଳ ଯୋଗାଣ, ପ୍ରାଥମିକ ସ୍ୱାସ୍ଥ୍ୟ ବ୍ୟବସ୍ଥା, ନିଶା ନିବାରଣ, ଅଗ୍ନି ନିରାପତ୍ତା ବ୍ୟବସ୍ଥା, ଶାନ୍ତି […]

You May Like

Pin It on Pinterest