
ଭୁବନେଶ୍ବର(ପ୍ରଶାନ୍ତ ପାଇକରାଏ): ଭାରତୀୟ ଜନସଂଘର ପ୍ରତିଷ୍ଠାତା, ମହାନ ଶିକ୍ଷାବିତ୍, ପ୍ରଖର ରାଷ୍ଟ୍ରବାଦୀ ଚିନ୍ତକ ଡ଼.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜୟନ୍ତୀ ଅବସରରେ ଆଜି ଭୁବନେଶ୍ୱରସ୍ଥିତ ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ଥୂବା ପ୍ରତିମୂର୍ତ୍ତିରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସାଂସ୍କୃତିକ ଚେତନା ପ୍ରତି ତାଙ୍କର ଅବଦାନ ଚିରସ୍ମରଣୀୟ ଏବଂ ସଦା ପ୍ରେରଣାଦାୟକ ବୋଲି ମତପ୍ରକାଶ କରିଥିଲେ।ଏହି କାର୍ଯ୍ୟକ୍ରମରେ ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ରାଜ୍ୟ ସମ୍ପାଦକ ଶ୍ରୀ ସରୋଜ କର, ବିଧାୟକ ଶ୍ରୀ ବାବୁ ସିଂ, ଶ୍ରୀ ଜଗନ୍ନାଥ ପ୍ରଧାନ, ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ଭୁବନେଶ୍ୱର ଜିଲ୍ଲା ସଭାପତି ଶ୍ରୀ ନିରଞ୍ଜନ ମିଶ୍ରଙ୍କ ସମେତ ବହୁ ବରିଷ୍ଠ ନେତୃବୃନ୍ଦ ଓ କର୍ମକର୍ତ୍ତାମାନେ ଯୋଗଦେଇ ଡ଼. ମୁଖାର୍ଜୀଙ୍କ ଆଦର୍ଶକୁ ଅନୁସରଣ କରି ସଶକ୍ତ, ସମୃଦ୍ଧ ଓ ଆତ୍ମନିର୍ଭର ଭାରତ ଗଠନର ସଂକଳ୍ପକୁ ଦୋହରାଇଥିଲେ।




