ଜିଲ୍ଲାର ବନ୍ୟା ପରିସ୍ଥିତି ସମୀକ୍ଷା କଲେ ଜିଲ୍ଲ…

କେନ୍ଦ୍ରାପଡ଼ା(ଚତୁର୍ଭୁଜ ଦାଶ): ୧୬ ଅଗଷ୍ଟ ୨୦୨୬- ଜିଲ୍ଲାରେ ବନ୍ୟା ପରିସ୍ଥିତିର ସମୀକ୍ଷା ପାଇଁ ଆଜି ସନ୍ଧ୍ୟା ୬ଟାରେ ଜିଲ୍ଲାପାଳ ଶ୍ରୀ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମାଧ୍ୟମରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।
ବୈଠକରେ ଜିଲ୍ଲାର ବର୍ତ୍ତମାନ ବନ୍ୟା ପରିସ୍ଥିତି, ପ୍ରଭାବିତ ଅଞ୍ଚଳ, ଉଦ୍ଧାର ଓ ସ୍ଥାନାନ୍ତରଣ, ରିଲିଫ୍ ବ୍ୟବସ୍ଥା, ସ୍ୱାସ୍ଥ୍ୟସେବା, ପାନୀୟ ଜଳ ଯୋଗାଣ ଏବଂ ବିଭିନ୍ନ ବିଭାଗର ପ୍ରସ୍ତୁତି ଓ ପ୍ରତିକାରମୂଳକ ପଦକ୍ଷେପ ସମ୍ପର୍କରେ ଜିଲ୍ଲାପାଳ ବିସ୍ତୃତ ସମୀକ୍ଷା କରିଥିଲେ।
ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ନବକ୍ରିଷ୍ଣ ଜେନା, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରବୀନ୍ଦ୍ର କୁମାର ମଲ୍ଲିକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ ଅଜାମ୍ବର ମହାନ୍ତି, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ନମିତା ପଟ୍ଟନାୟକ, ଡେପୁଟି କଲେକ୍ଟର( (ଜରୁରୀକାଳୀନ) ନିତ୍ୟରଞ୍ଜନ ସାମଲଙ୍କ ସମେତ ସମସ୍ତ ସମ୍ପୃକ୍ତ ବିଭାଗୀୟ ଅଧିକାରୀ, ବିଡିଓ, ତହସିଲଦାର ଓ ନିର୍ବାହୀ ଅଧିକାରୀମାନେ ଭର୍ଚୁଆଲ୍ ମାଧ୍ୟମରେ ଯୋଗଦେଇଥିଲେ।
ବୈଠକରେ ଜିଲ୍ଲାପାଳ ସମସ୍ତ ବିଭାଗକୁ ସଜାଗ ଓ ପ୍ରସ୍ତୁତ ରହିବା ସହ ଯେକୌଣସି ଆକସ୍ମିକ ପରିସ୍ଥିତି ଉପୁଜିଲେ ତୁରନ୍ତ ପ୍ରତିକାରମୂଳକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରଭାବିତ ଅଞ୍ଚଳରେ ଆବଶ୍ୟକ ପରିମାଣର ଶୁଖିଲା ଖାଦ୍ୟ ଓ ଅନ୍ୟାନ୍ୟ ରିଲିଫ୍ ସାମଗ୍ରୀ ମହଜୁଦ ରଖିବା,ପାନୀୟଜଳ,ମେଡିକାଲ୍ ଟିମ୍‌ଗୁଡ଼ିକୁ ନିୟୋଜିତ ରଖିବା ଏବଂ ଲୋକଙ୍କୁ ଆବଶ୍ୟକ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।
ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରଭାବିତ ଅଞ୍ଚଳରେ ନିରନ୍ତର ସ୍ଥିତି ଅନୁଧ୍ୟାନ କରାଯାଉଛି। ପରିସ୍ଥିତି ଅନୁଯାୟୀ ଆବଶ୍ୟକ ରିଲିଫ୍, ସ୍ୱାସ୍ଥ୍ୟସେବା, ପାନୀୟ ଜଳ ଓ ଅନ୍ୟାନ୍ୟ ଆବଶ୍ୟକ ସହାୟତା ଯୋଗାଇ ଦିଆଯାଉଛି। ଜିଲ୍ଲାରେ ଯେକୌଣସି ଆକସ୍ମିକ ପରିସ୍ଥିତିର ସମ୍ମୁଖୀନ ହେବା ପାଇଁ ସମସ୍ତ ସମ୍ପୃକ୍ତ ବିଭାଗକୁ ସଜାଗ ରଖାଯାଇଛି।

ସେୟାର କରନ୍ତୁ

You May Like

Pin It on Pinterest