ବାସ୍ତବ ବ୍ୟୁରୋ-ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜାରି କରଯାଇଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ରାଜ୍ୟର ୧୫ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ପବନ, ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷାର ସମ୍ଭାବନା ଅଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ତରଫରୁ ରାଜ୍ୟର ୧୨ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ।

ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ଆଭ୍ୟନ୍ତର ଓ ଉତ୍ତର ଉପକୂଳ ସମେତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାର ବହୁ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ବର୍ଷା ଅନୁଭୂତ ହେବ ।
