ବାସ୍ତବ ବ୍ୟୁରୋ-ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ଏହା ସୂଚାଇ ଦିଆ ଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼, କୁଆପଥର ବର୍ଷା ଓ ପବନର ସମ୍ଭାବନା ଅଛି । ଏହା ମଧ୍ୟରୁ ୧୦ଟି ଜିଲ୍ଲାରେ ଏହି ସମୟ ମଧ୍ୟରେ କାଳବୈଶାଖୀର ଅଧିକ ପ୍ରଭାବ ଦେଖିବାକୁ ମିଳିବାର ସମ୍ଭାବନା ଅଛି
। ଏଥିପାଇଁ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ତରଫରୁ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି । ଏହି ୧୦ଟି ପ୍ରମୁଖ ଜିଲ୍ଲା ହେଉଛି-ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଦମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର । ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ହେବାର ସମ୍ଭାବନା ଅଛି ।
ରାଜ୍ୟର ଦକ୍ଷିଣ ଆଭ୍ୟନ୍ତର, ଉତ୍ତର ଆଭ୍ୟନ୍ତର ଓ ଉପକୂଳ ସମେତ ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ସୋନପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଅନୁଗୁଳ ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବ ।

