ପଶ୍ଚିମବଙ୍ଗ ପାଇଁ ୧୦୦୦ କୋଟି ହେଲେ ଓଡ଼ିଶାକୁ ୫୦୦ କୋଟିର ଅଗ୍ରୀମ: ମୋଦୀଙ୍କ ସହାୟତା..

ବାସ୍ତବ ବ୍ୟୁରୋ-ଆଜି ପଶ୍ଚିମବଙ୍ଗର ବାତ୍ୟା ଅମ୍ଫାନ ବିପନ୍ନ ଅଞ୍ଚଳ ଆକାଶମାର୍ଗରୁ ସର୍ବେକ୍ଷଣ କରିବା ପରେ ୧୦୦୦ କୋଟି ଟଙ୍କାର ଆଗୁଆ ସହାୟତା ଘୋଷଣା କରିଥିବାବେଳେ ଓଡ଼ିଶାରେ ବାତ୍ୟା କ୍ଷୟକ୍ଷତି ପାଇଁ ତତ୍କାଳ ଆବଶ୍ୟକତା ଲାଗି ୫୦୦ କୋଟି ଟଙ୍କାର ଅଗ୍ରୀମ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।

ଆଜି ଅପରାହ ୩ଟାରେ ଭୁବନେଶ୍ୱରରୁ ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବାହାରିଥିଲେ ଏବଂ ଦୀର୍ଘ ଦେଢ଼ ଘଣ୍ଟା ଧରି ଓଡ଼ିଶାର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଆକାଶମାର୍ଗରେ ଥାଇ ପରିଦର୍ଶନ ସହ ସ୍ଥିତି ସଂପର୍କରେ ଅବଗତ ହୋଇଥିଲେ । ବାତ୍ୟା କ୍ଷୟକ୍ଷତିର ସମୀକ୍ଷା ପରିଦର୍ଶନରୁ ଫେରି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରସ୍ଥିତ ସମ୍ମିଳନୀ କକ୍ଷରେ ମୋଦୀ ଏହି ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଥିଲେ । ସାମାଜିକ ଦୂରତ୍ୱ ରକ୍ଷା କରି ମୋଦୀଙ୍କ ବାତ୍ୟା ସମୀକ୍ଷା ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ମଧ୍ୟ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କ୍ଷୟକ୍ଷତିର ସମୀକ୍ଷା ପରେ ସେ ୫୦୦ କୋଟି ଟଙ୍କାର ଅଗ୍ରୀମ ସହାୟତା ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷୟକ୍ଷତି ରିପୋର୍ଟ ଆସିବା ପରେ କେନ୍ଦ୍ରୀୟ ଟିମ୍  ଓଡ଼ିଶାକୁ ଆସି ବାତ୍ୟା ଅଞ୍ଚଳ ପରିଦର୍ଶନ କରିବା ସହ କ୍ଷୟକ୍ଷତି ନେଇ ପୁଙ୍ଖାନୁପୁଙ୍ଖ ଆକଳନ କରିବେ । କ୍ଷୟକ୍ଷତି ନେଇ ସଂପୂର୍ଣ୍ଣ ରିପୋର୍ଟ ମିଳିବା ପରେ ପୂର୍ଣ୍ଣାଙ୍ଗ ଯୋଜନା କରାଯିବ । ଏଥିସହ ସେ କହିଥିଲେ, କୋଭିଡ-୧୯ ମହାମାରୀ ସମୟରେ ଏପରି ମହାବାତ୍ୟା ଆସିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ସଠିକ ଢଙ୍ଗରେ ବାତ୍ୟାର ପରିଚାଳନା ଓ ମୁକାବିଲା କରିଥିବାରୁ ଅନେକ ଜୀବନରକ୍ଷା ହୋଇପାରିଛି । ମାତ୍ର ୩ ଘଣ୍ଟା ଲାଗି ଓଡିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବହୁ ପ୍ରଂଶସା କରିଛନ୍ତି ।

ଗଣମାଧ୍ୟମକୁ ସୂଚନା ଦେବା ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ମହାବାତ୍ୟା ପଶ୍ଚିମବଙ୍ଗ ଯାଉ ଯାଉ ଓଡିଶାକୁ ଛୁଇଁ ଯାଇଥିଲେ ବି ବହୁତ କ୍ଷୟକ୍ଷତି ହୋଇଛି । ହେଲେ ପ୍ରଶାସନର ସଚେତନ ଅଭିଯାନ ଫଳରେ ସମ୍ପତ୍ତି ନଷ୍ଟ ହୋଇଥିଲେ ବି ଜୀବନ ବଂଚି ଯାଇଛି । ଏଥିପାଇଁ ଓଡିଶାବାସୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କର ଟିମ ଅଭିନନ୍ଦନର ପାତ୍ର । ମହାବାତ୍ୟା ପୂର୍ବରୁ ଲୋକମାନଙ୍କୁ ଯେଭଳି ଭାବେ ସ୍ଥାନାନ୍ତର କରାଗଲା ଓ ସୁବ୍ୟବସ୍ଥିତ ପରିକଳ୍ପନା ହେଲା ସେ ସପଂର୍କରେ ଅବଗତ ହେବା ପରେ ସନ୍ତୋଷ ପ୍ରକାଶ କରୁଛି । ଜୀବନ ବଂଚାଇବା ପାଇଁ ଆଜି ମଧ୍ୟ ପୃଥିବୀ ଯୁଦ୍ଧ କରୁଥିଲା ବେଳେ ସୁପର ସାଇକ୍ଲୋନ ଭଳି ସଂକଟ ପଂହଚିଗଲା । କିନ୍ତୁ ଏଠାରେ ଯେଉଁଭଳି ଭାବେ ପରିକଳ୍ପନା କରାଯାଇ ଜୀବନ ବଂଚାଗଲା ତାହା ଏକ ବଡ଼ ସଫଳତା ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର

Sat May 23 , 2020
୧-୯ ବର୍ଷ ପରେ ମେ’ ୨୭ରେ ମହାକାଶକୁ ଯିବ ସ୍ପେସ – ଏକ୍ସ, ନାସା ପ୍ରସ୍ତୁତ। ୨-ବାତ୍ୟା ଅମ୍ଫାନ୍ କ୍ଷୟକ୍ଷତି ପାଇଁ ଓଡ଼ିଶାକୁ ୫୦୦ କୋଟି ଏବଂ ପଶ୍ଚିମବଙ୍ଗକୁ 1000 କୋଟି ପ୍ରାରମ୍ଭିକ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୩-ମହାମାରୀ ବେଳେ ମହାବାତ୍ୟା ମୁକାବିଲା କରିଥିବାରୁ ଓଡିଶାକୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ, କହିଲେ ନବୀନ ବାବୁଙ୍କ ଟିମ୍ ଭଲ ପ୍ରଦର୍ଶନ କରିଛନ୍ତି, ବାତ୍ୟା ମୁହଁରୁ […]

You May Like

Pin It on Pinterest