ବାସ୍ତବ ବ୍ୟୁରୋ: ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସତର୍କ ଅନୁଯାୟୀ,ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ଆସନ୍ତା ବୁଧବାର ଅପରାହ୍ଣ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବା ସହ ବିଜୁଳି- ଘଡ଼ଘଡ଼ି ଏବଂ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିପରି ଏହି ସମୟ ମଧ୍ୟରେ ଗଞ୍ଜାମ, ଗଜପତି, କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
ସେହିପରି ଗୁରୁବାର ଅପରାହ୍ଣ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏହି ସମୟ ମଧ୍ୟରେ ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ଢ଼େଙ୍କାନାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନ୍ରାଗଡ଼, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଅଛି ।