ବାସ୍ତବ ବ୍ୟୁରୋ-ଚଳିତ ବର୍ଷ ବଡ଼ଦାଣ୍ଡେ ଗଡିବନି ରଥ । ମହାମାରୀ କରୋନା କାରଣରୁ ହେବନାହିଁ ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଜୁନ୍ ୨୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ରଥଯାତ୍ରାକୁ ରଦ୍ଧ କରିବା ପାଇଁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ ।
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଏସଏ ବୋବଡେ, ଜଷ୍ଟିସ ଏଏସ ବୋପନ୍ନା ଓ ଜଷ୍ଟିସ ହୃଷିକେଶ ରାୟଙ୍କ ତିନିଜଣିଆ ଖଣ୍ଡପୀଠ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହି ଶୁଣାଣି କରିଛନ୍ତି । ପ୍ରଧାନ ବିଚାରପତି ଏସ ଏ ବୋବଡେ କହିଛନ୍ତି ଯେ, ମହାମାରୀ ସମୟରେ ଏହି ଶୋଭାଯାତ୍ରା ପାଇଁ ଅନୁମତି ଦିଆଯାଇ ପାରିବ ନାହିଁ । ଜନସାଧାରଣଙ୍କ ସ୍ବାସ୍ଥ୍ୟ ଓ ସୁରକ୍ଷାକୁ ଆଖି ଆଗରେ ରଖାଯାଇ ଏଭଳି ନିଷ୍ପତ୍ତି ନିଆଯାଇଛି । ଯଦି ଏହି ସମୟରେ ଅନୁମତି ଦେବୁ ତାହେଲେ ପ୍ରଭୁ ଜଗନ୍ନାଥ ଆମକୁ କ୍ଷମା କରିବେ ନାହିଁ । କେବଳ ପୁରୀ ନୁହେଁ ଓଡିଶା ଏ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ ।
