ବାସ୍ତବ ବ୍ୟୁରୋ: ଆଜି ରାଜ୍ୟରେ ୧୮ଟି ଜିଲ୍ଲାରୁ ନୂଆ ୧୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦କୁ ବୃଦ୍ଧି ପାଇଛି । ୧୬୭ଜଣଙ୍କ ଭିତରୁ ୧୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ବାକି ୧୫୦ଜଣ ସଙ୍ଗରୋଧ କେନ୍ଦ୍ରର । ମୋଟ୍ ୩୮୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୮୩ ରହିଛି । ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।






