ବାସ୍ତବ ବ୍ୟୁରୋ : ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି କରିଛି ସତର୍କ ସୂଚନା । ଦକ୍ଷିଣ ଉପକୂଳ ଓଡିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୩.୬ କିଲୋମିଟରରୁ ୫.୮ କିଲୋମିଟର ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାରିତ ହୋଇ ରହିଛି ।
ଅନ୍ୟପକ୍ଷରେ ଗତକାଲି ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ତତ୍ସଂଲଗ୍ନ ଅଞ୍ଚଳରେ ଅନ୍ୟ ଏକ ଘୂର୍ଣ୍ଣିବଳୟ ଆଜି ଦୁର୍ବଳ ହୋଇ ପଡ଼ିଛି । ଏହାର ପ୍ରଭାବରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଥିଛି।
ଆଗାମୀ ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର ଏବଂ ଓଡିଶାର ଅନ୍ୟାନ୍ୟ ଜିଲ୍ଲାମାନଙ୍କରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଏଥି ପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ।
