ବାସ୍ତବ ବ୍ୟୁରୋ-ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଢ଼େଙ୍କାନାଳ,ମାଲକାନଗିିରି, ନବରଙ୍ଗପୁର, ଢେଙ୍କାନାଳ ଯାଜପୁର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼ ଓ ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବ ନାହିଁ । ମାତ୍ର ବାୟୁମଣ୍ଡଳରେ ଜଳୀୟବାଷ୍ପ ଥିବାରୁ ଏହାର ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ବର୍ତ୍ତମାନ ରାଜ୍ୟରେ ମୌସୁମୀ ବାୟୁ ଦୁର୍ବଳ ଅଛି । ତେବେ ଆଉ କିଛି ଦିନ ପରେ ସ୍ୱାଭାବିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଅଧିକ ବର୍ଷା ନ ହଲେ ବି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ରର ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ।
