ବାସ୍ତବ ବ୍ୟୁରୋ-ଆଜି ରାଜ୍ୟରେ ୨୮ଟି ଜିଲ୍ଲାରୁ ସର୍ବାଧିକ ୧୫୯୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୧୦୬୭ ଓ ସ୍ଥାନୀୟ ଅଞ୍ଚଳରୁ ୫୨୭ ଚିହ୍ନଟ ହୋଇଛନ୍ତି । ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨,୬୯୩କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୭୩୨ , ଖୋର୍ଦ୍ଧାରୁ ୩୨୦, କଟକରୁ ୧୩୬, ଭଦ୍ରକରୁ ୬୦, ସୁନ୍ଦରଗଡ଼ରୁ ୫୬ , ବୌଦ୍ଧରୁ ୪୧, କୋରାପୁଟ ଜିଲ୍ଲାରୁ ୩୩, ମୟୂରଭଞ୍ଜରୁ ୩୨, ପୁରୀ ଜିଲ୍ଲାରୁ ୩୦, ବାଲେଶ୍ବର ଜିଲ୍ଲାରୁ ୨୨, କେନ୍ଦୁଝର ଜିଲ୍ଲାରୁ ୨୦, କନ୍ଧମାଳ ଜିଲ୍ଲାରୁ ୧୭ , ସମ୍ବଲପୁର ଜିଲ୍ଲାରୁ ୧୩, ଅନୁଗୁଳ ଓ ନୟାଗଡ଼ରୁ ୧୦ ଜଣ ଲେଖାଏଁ , କେନ୍ଦ୍ରାପଡ଼ା ଓ ମାଲକାନଗିରିରୁ ୯ ଜଣ ଲେଖାଏଁ, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରୁ ୮ ଜଣ ଲେଖାଏଁ, କଳାହାଣ୍ଡି ଓ ନୂଆପଡ଼ାରୁ ଜଣେ ଲେଖାଏଁ, ଗଜପତି, ଜଗତସିଂହପୁର ଓ ନବରଙ୍ଗପୁରରୁ ୩ ଜଣ ଲେଖାଏଁ, ଯାଜପୁରରୁ ୫, ଢେଙ୍କାନାଳରୁ ୨, ସୁବର୍ଣ୍ଣପୁରରୁ ୪, ବଲାଙ୍ଗୀରରୁ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୦କୁ ବୃଦ୍ଧି ପାଇଛି । ୬ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ ଏବଂ ଗଜପତି ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୪୪ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ । ରାୟଗଡା ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ଗଜପତି ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କା ମହିଳା । ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା । ଭଦ୍ରାକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୬୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୧୪୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୪୩୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
