ପାଣିପାଗ ଖବର

ବାସ୍ତବ ବ୍ୟୁରୋ-ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ।

ସଂପ୍ରତି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏବଂ ଆଣ୍ଡାମାନ ସାଗରର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ଅବସ୍ଥିତ ରହିଛି ଏବଂ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି । ଏଥିସହ ଅନ୍ୟ ଏକ ଟ୍ରଫ୍‌ ଲାଇନ୍‌ ବିହାରରୁ ଉତ୍ତର ଉପକୂଳ ଓଡିଶା ପର୍ଯ୍ୟନ୍ତ ଗତିଶୀଳ ରହିଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଆଜି ଅର୍ଥାତ ସୋମବାର ରାତି ସୁଦ୍ଧା ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ସମେତ ଓଡିଶାର ବାକି ଜିଲ୍ଲାମାନଙ୍କର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ କଟକ, ଖୋର୍ଦ୍ଧା,ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଗଜପତି, ଗଞ୍ଜାମ, ନୟାଗଡଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ସେହିପରି ୨୮ ତାରିଖ ଅପରାହ୍ନ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ବଲାଙ୍ଗୀର, ଅନୁଗୁଳ, ସୋନପୁର, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜରଏ ବଂ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ବିଶ୍ୱବିଦ୍ୟାଳୟ ଫାଇନାଲ୍ ପରୀକ୍ଷା: UGC ସଂଶୋଧିତ ନିର୍ଦ୍ଦେଶାବଳୀ ଉପରେ ସରକାରଙ୍କ ପ୍ରତିକ୍ରିୟା ଲୋଡ଼ିଲେ ସୁପ୍ରିମ କୋର୍ଟ

Mon Jul 27 , 2020
ବାସ୍ତବ ବ୍ୟୁରୋ-ଦେଶର ବିଭିନ୍ନ କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ଅନ୍ତିମ ସେମିଷ୍ଟାର ପରୀକ୍ଷା କରିବା ପାଇଁ ୬ ଜୁଲାଇରେ UGC ତରଫରୁ ଜାରି କରାଯାଇଥିବା ସଂଶୋଧିତ ନିର୍ଦ୍ଦେଶାବଳୀ ବିରୋଧରେ ୩୧ ଜଣ ଛାତ୍ରଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଗ୍ରହଣ କରିଛନ୍ତି । ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)କୁ ୩ ଦିନ ମଧ୍ୟରେ ଉତ୍ତର ଦାଖଲ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି । ପରବର୍ତ୍ତୀ ଶୁଣାଣି ଜୁଲାଇ ୩୧ ପାଇଁ […]

You May Like

Pin It on Pinterest