ଆଜି ରାଜ୍ୟରେ ନୂଆ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ

ବାସ୍ତବ ବ୍ୟୁରୋ-ଆଜି ରାଜ୍ୟରେ ୨୯ଟି ଜିଲ୍ଲାରୁ ନୂଆ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ ରେ ପହଞ୍ଚିଛି ।  ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ପ୍ରଦାନ କରାଯାଇଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୮୧ଜଣ, ଭଦ୍ରକ ଜିଲ୍ଲାରୁ ୬୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୧ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୧୦୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୭ଜଣ, ଗଜପତି ଜିଲ୍ଲାରୁ ୫୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୬୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୪୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୭୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୫୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୦ଜଣ, କୋରାପୁଟ ଜିଲ୍ଲାରୁ ୪୧ଜଣ, ମାଲକାନଗିରି ଜିଲ୍ଲାରୁ ୭୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୧ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୮ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୭୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୭୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । 

ତେବେ ଆଜି ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି । ମୃତ ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର

Fri Aug 7 , 2020
ଲଘୁଚାପ ପ୍ରଭାବରେ ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା । ଏମ୍‌ଏସ୍‌ଏମ୍‌ଇ ଋଣ ପ୍ରଦାନରେ ଗଞ୍ଜାମ ଜିଲ୍ଲା ପ୍ରଥମ । ଭବାନୀପାଟଣା ସହର ଓ ନୀଳଗିରି ଏନଏସି ସଟ୍‌ଡାଉନ । ନବନିଯୁକ୍ତ ସିଏଜି ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । “ସୁନାମି ପ୍ରସ୍ତୁତି” ନେଇ ଓଡ଼ିଶାର ଦୁଇଟି ଗାଁକୁ ମିଳିଲା ୟୁନେସ୍କୋ ମାନ୍ୟତା।ଗୋଟିଏ ଜଗତସିଂହପୁରର ନୋଳିଆ ସାହି ଥିବା ବେଳେ ଅନ୍ୟଟି ଗଂଜାମ ଜିଲ୍ଲାର ଭେଙ୍କଟରାୟପୁର […]

You May Like

Pin It on Pinterest