ବାସ୍ତବ ବ୍ୟୁରୋ :ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରି କୁହାଯାଇଛି କି,ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡ଼ିକ ହେଲା-ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ମୟୂରଭଞ୍ଜ, କାଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ, କନ୍ଧମାଳ, କୋରାପୁଟ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ । ସେଥିପାଇଁ ଏହି ସମସ୍ତ ଜିଲ୍ଲଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
ତେବେ,ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଅପରପକ୍ଷରେ, ଆଗାମୀ ୧୩ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।
