ବାସ୍ତବ ବ୍ୟୁରୋ-ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା କାରଣରୁ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆଜି ଅପରାହ୍ନ ଠାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନୂଆପଡା, କେନ୍ଦୁଝର, ମୟୂରଭଞ୍ଜ, ବରଗଡ, ବଲାଙ୍ଗୀର ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଓ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟି ରେ ରଖି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ।
