ପାଣିପାଗ ଖବର

ବାସ୍ତବ ବ୍ୟୁରୋ-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ଜିଲ୍ଲାରେ ହାଲୁକା ରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବରଗଡ, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହି ଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଉତ୍ତର- ପୂର୍ବ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟରରୁ ୭.୬ କିଲୋମିଟର ମଧ୍ୟରେ ଏକ ସାଇକ୍ଲୋନିକ୍‌ ସଞ୍ଚାର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିଛି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର

Wed Aug 19 , 2020
ସେପ୍ଟେମ୍ବର ୩୦ ପୂର୍ବରୁ ମୌସୁମୀ ଅଧିବେଶନ, ଟ୍ବିଟ୍‌ କରି ସୂଚନା ଦେଲେ ବାଚସ୍ପତି । ଏଣିକି ଅନ୍‌ଲାଇନ୍‌ରେ ସମସ୍ତ ବିଦ୍ୟୁତ୍‌ ସେବା, ସବୁ ବିତରକ କମ୍ପାନିଙ୍କ ପାଇଁ ଗୋଟିଏ ପୋର୍ଟାଲ୍‌ । ୭ ଦିନରେ ପଜିଟିଭ୍ ହାର କମାଅ, ୪ ଜିଲ୍ଲା ପାଇଁ ସ୍ବତନ୍ତ୍ର ରଣନୀତି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ । ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ରାୟଗଡ଼ାକୁ ଗୁରୁତ୍ବ, ଲକ୍ଷଣବିହୀନ ରୋଗୀ ଗୃହ ସଂଗରୋଧରେ ରହିବେ । ବୁଡ଼ିବାକୁ […]

You May Like

Pin It on Pinterest