ପାଣିପାଗ ସତର୍କ ସୁଚନା…

ବାସ୍ତବ ବ୍ୟୁରୋ-ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ, ବଙ୍ଗୋପସାଗରର ଉତ୍ତର ଉପକୂଳ ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡିଶାର ବିଭିନ୍ନ ଜିଲ୍ଲାରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ ।

ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲା ପାଇଁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହ ଝାରସୁଗୁଡା, ବରଗଡ, ନୟାଗଡ଼, ଗଞ୍ଜାମ, ନୂଆପଡା, ନବରଙ୍ଗପୁର, ମାଲକାନଗିରି, ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୭ ତାରିଖ ସନ୍ଧ୍ୟା ସୁଦ୍ଧା ସମ୍ବଲପୁର, ସୋନପୁର, ବରଗଡ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଝାରସୁଗୁଡା, ସୁନ୍ଦରଗଡ, ଏବଂ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡିକ ପାଇଁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, ଅନୁଗୁଳ, ନୂଆପଡା, ଢ଼େଙ୍କାନାଳ, ମୟୂରଭଞ୍ଜ, କନ୍ଧମାଳ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ମାଲକାନଗିରି, କୋରାପୁଟ, କଟକ ଏବଂ ଯାଜପୁର ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର

Wed Aug 26 , 2020
ଲଘୁଚାପ ଜନିତ ବର୍ଷାରେ ବେହାଲ ଭଦ୍ରକ । ଅନେକ ଅଞ୍ଚଳରେ ପଶିଲା ପାଣି, ଚାଷ ଜମି ଜଳମଗ୍ନ । କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜେଇଇ (ମେନ୍‌) ଓ ନିଟ୍‌ ପରୀକ୍ଷା ସ୍ଥଗିତ ରଖାଯାଉ । ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ରେକର୍ଡ । ବାରିପଦାରେ ବନ୍ୟା ସ୍ଥିତି, ବିପଦ ସଂକେତ ଟପିଲ ଜଳକା । ଲଗାଣ ବର୍ଷାରେ ବେହାଲ୍‌ […]

You May Like

Pin It on Pinterest