ବାସ୍ତବ ବ୍ୟୁରୋ- ଆସନ୍ତା ସେପ୍ଟେମ୍ବର ୧୦ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବହୁ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ କୁହାଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, କନ୍ଧମାଳ, ରାୟଗଡା ଏବଂ ଓଡିଶାର ବାକି ଜିଲ୍ଲାମାନଙ୍କର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ।
ସେହିପରି ୧୦ ତାରିଖ ମଧ୍ୟାହ୍ନ ମଧ୍ୟରେ ଉତ୍ତର ଓଡ଼ିଶା ତଥା ଦକ୍ଷିଣ ଓଡିଶାର କିଛି ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, କୋରାପୁଟ, ରାୟଗଡା ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି ।
ତେଣୁ, ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ସେପ୍ଟେମ୍ବର ୧୩ ତାରଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ଏହିଭଳି ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ ବିଭାଗ ।
