ପରଲୋକରେ ପିପିଲି ବିଧାୟକ ପ୍ରଦୀପ ମହରାଥୀ

ବାସ୍ତବ ବ୍ୟୁରୋ-ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହରାଥୀ । ମହାରଥୀ ୬୫ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍‌ପିଟାଲରେ ଶନିବାର-ରବିବାର ରାତି ୨ଟା ୨୬ ମିନିଟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମହାରଥୀଙ୍କ ବିୟୋଗରେ ରାଜ୍ୟର ରାଜନୈତିକ ମହଲରେ ଶୋକର ଛାୟା ଖେଳି ଯାଇଛି।

ଗତ ମାସରେ ପ୍ରଦୀପ ମହାରଥୀ କରୋନାରେ ସଂକ୍ରମିତ ହୋଇଥିଲେ । ତେବେ ସେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ । ମାତ୍ର ସେ ଅନ୍ୟାନ୍ୟ ରୋଗରେ ପୀଡିତ ଥିଲେ । ଫଳରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କର ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ତେବେ ଶନିବାର ମଧ୍ୟରାତ୍ରି ପ୍ରାୟ ୨ଟା ୩୮ମିନିଟ୍ ବେଳକୁ ତାଙ୍କର ଦେହାନ୍ତ ହୋଇଛି ।

ସୂଚନା ଅନୁଯାୟୀ, ଅପରାହ୍ନରେ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ। ସକାଳ ୯ଟାରେ ପ୍ରଦୀପ ମହାରଥୀଙ୍କ ମରଶରୀରକୁ ରାଜ୍ୟ ବିଜେଡି କାର୍ଯ୍ୟାଳୟକୁ ନିଆଯିବ। ତା‘ପରେ ତାଙ୍କର ମରଶରୀରକୁ ବିଧାନସଭା ପରିସରକୁ ନିଆଯିବ। ସେଠାରୁ ଫେରିବା ପରେ ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ  ଶେଷଦର୍ଶନ ପାଇଁ  ସ୍ବର୍ଗତଃ ମହାରଥୀଙ୍କୁ ପିପିଲିସ୍ଥିତ ତାଙ୍କର ଫାର୍ମହାଉସକୁ ନିଆଯିବ। ଏହାପରେ ପୁରୀ ଅଭିମୁଖେ ନିଆଯାଇ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ। 

ପୁରୀ ଜିଲ୍ଲା ପିପିଲିର ଖୋରାପଡ଼ା ନିବାସୀ ସ୍ୱର୍ଗତ ଗୋକୁଳାନନ୍ଦଙ୍କ ପୁଅ ପ୍ରଦୀପ ମହାରଥୀ ୧୯୫୫ ମସିହା ଜୁଲାଇ ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ ।

ପ୍ରଦୀପ ମହରଥୀଙ୍କ ରାଜନୈତିକ କ୍ୟାରିୟର ପୁରୀର ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନରୁ ଆରମ୍ଭ ହୋଇଥିଲା । ସେ ୧୯୮୫ ମସିହାରେ ପ୍ରଥମ ଥର ପାଇଁ ବିଧାନସଭା ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ପ୍ରଥମେ ସେ ଜନତା ପାର୍ଟି ଟିକେଟରେ ବିଜୟୀ ହୋଇଥିବା ବେଳେ ୧୯୯୦ ମସିହାରେ ଜନତା ଦଳ ଟିକେଟରେ ନିର୍ବାଚନ ଲଢ଼ି ଜିତିଥିଲେ । ସେହିପରି ବିଜୁ ଜନତା ଦଳ ଟିକେଟରେ ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ । 

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର

Sun Oct 4 , 2020
ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ୩୩୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୨୭୧୩ରେ ପହଞ୍ଚିଛି  । ୩୩୫୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୮୧୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି  । ରାଜ୍ୟରେ ଆଉ ୧୫ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୦୭ ହୋଇଛି । ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିଛି […]

You May Like

Pin It on Pinterest