ବାସ୍ତବବ୍ୟୁରୋ : ଝାଡଖଣ୍ଡର ଗିରିଡିହ-ବ୍ରହ୍ମାଡିଆ କୋଇଲା ଖଣି ଆବଣ୍ଟନରେ୧୯୯୯ ମସିହାରେ ହୋଇଥିବା ଅନିମିୟତତା ପାଇଁ ଆଜି ସ୍ବତନ୍ତ୍ର ସିବିଆଇ କୋର୍ଟ ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ସମେତ ୪ଜଣଙ୍କ ବିରୋଧରେ ଦଣ୍ଡ ଘୋଷଣା କରିପାରନ୍ତି।
ସ୍ବତନ୍ତ୍ର ସିବିଆଇ କୋର୍ଟ ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟ, କୋଇଲା ମନ୍ତ୍ରାଳୟର ଦୁଇ ପୂର୍ବତନ ବରିଷ୍ଠ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମ, କାଷ୍ଟ୍ରନ୍ ଟେକନୋଲୋଜି ଲିମିଟେଡର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରୱାଲଙ୍କୁ ଅକ୍ଟୋବର ୬ ତାରିଖରେ ଆଇପିସିର ଦଫା ୧୨୦(ଖ), ୪୨୦ ଓ ୪୦୯ ଏବଂ ଦୁର୍ନୀତି ନିବାରଣ ଆଇନର ବିଭିନ୍ନ ଦଫାରେ ଦୋଷୀ ସାବ୍ୟସ୍ତ କରିଥିଲେ।
ଗତ ୧୪ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟରେ ସିବିଆଇ ଓକିଲ ଅଭିଯୁକ୍ତମାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ପାଇଁ ଯୁକ୍ତି ବାଢ଼ିଥିବାବେଳେ, ଅଭିଯୁକ୍ତମାନଙ୍କର ଓକିଲମାନଙ୍କ ପକ୍ଷରୁ ଦଣ୍ଡବିଧାନକୁ ନେଇ ଯୁକ୍ତି ଉପସ୍ଥାପନ କରାଯାଇଥିଲା ଏହିକିଯେ, ଅଭିଯୁକ୍ତମାନଙ୍କ ବୟସ ତଥା ପୂର୍ବରୁ କୌଣସି ଅପରାଧିକ ରେକର୍ଡ ନଥିବା କାରଣରୁ ସେମାନଙ୍କ ବିରୋଧରେକୋହଳ ଦଣ୍ଡ ଘୋଷଣା କରାଜାଉ ।
ସିବିଆଇ ସ୍ବତନ୍ତ୍ର କୋର୍ଟର ବିଚାରପତି ଭରତ ପରାସର ଉଭୟ ପକ୍ଷକୁ ଶୁଣିବା ପରେ ରାୟକୁ ସଂରକ୍ଷିତ ରଖି ଅକ୍ଟୋବର ୨୬ରେ କୋଭିଡ ନିୟମ ପାଳନ ସହିତ ସମସ୍ତ ଦୋଷୀଙ୍କୁ କୋର୍ଟରେ ଉପସ୍ଥିତ ପାଇଁ ନିର୍ଦ୍ଦେଶ ଦେଇଥିଲେ ,ତେଣୁ ଆଜି ହୋଇପାରେ ଦଣ୍ଡାଦେଶ।