ବାସ୍ତବବ୍ୟୁରୋ: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାଇ,ରାଜ୍ୟର ୧୪ଟି ଜିଲ୍ଲାରେ ବଜ୍ରପାତ ହୋଇପାରେ। ବିଶେଷକରି ପଶ୍ଚିମ, କେନ୍ଦ୍ରୀୟ ଓ ପଶ୍ଚିମ-ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଏଭଳି ସ୍ଥିତିର ସମ୍ଭାବନା ଅଧିକ | କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ |ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଅଛି ।
ଏଥିସହ ଆଭ୍ୟନ୍ତରୀଣ ଓ ଉତ୍ତର ଉପକୂଳ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ତାପମାତ୍ରା ହ୍ରାସ ପାଇବ। ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରାରେ କୌଣସି ପରିବର୍ତନ ହେବନାହିଁ ।କଳାହାଣ୍ତି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ପ୍ରଭୁତି ଅଭ୍ୟନ୍ତରୀଣ ଓଡ଼ିଶା, ବାଲେଶ୍ବର ଓ ଗଜପତିର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷାର ସମ୍ଭାବନା ଅଛି ।