ବାସ୍ତବବ୍ୟୁରୋ: ରାଜ୍ୟର ୭ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭବାନା | ଗତକାଲି ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇଥିଲା।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାଇ, ରାଜ୍ୟରେ ଏବେ ତାପମାତ୍ରା ସ୍ଥିର ରହିଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ନାହିଁ। ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ କାଳବୈଶାଖୀଜନିତ ବର୍ଷା ହେବାର ସମ୍ଭାବନା ଅଛି ।ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବାର ସୂଚନା ମିଳିଛି ।
ଉତ୍ତର ଓଡ଼ିଶାରେ ବିଶେଷ କରି କାଳବୈଶାଖୀର ସମ୍ଭାବନା ଅଧିକ ରହିଛି।, ଆଜି ( ୧୨ ତାରିଖ) ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଅଂଚଳରେ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । ୧୩ ତାରିଖରେ ମଧ୍ୟ ଉତ୍ତର ଓଡ଼ିଶାରେ କାଳବୈଶାଖୀର ସମ୍ଭାବନା ରହିଛି। ତେବେ ୧୮ ତାରିଖରୁ କାଳବୈଶାଖୀ ସମ୍ଭାବନା ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ହିଛନ୍ତି |