ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା…

ବାସ୍ତବବ୍ୟୁରୋ:ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାଇ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି |

ସତର୍କ ସୂଚନା ଅନୁଯାୟୀ ଆଜି ଦିନ ୧ଟା୩୦ରୁ ଆସନ୍ତା କାଲି (ଶନିବାର) ସକାଳ ୮ଟା୩୦ ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶା, ବାଲେଶ୍ୱର, ଯାଜପୁର, ଭଦ୍ରକ, ନୂଆପଡା, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ଏବଂ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଛି ।

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ମାତ୍ରାରେ ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ...

Fri Mar 19 , 2021
ବାସ୍ତବବ୍ୟୁରୋ:ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଉରକେଲାର ଏନଆଇଟିର ୧୮ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ ଅତିଥି | ଆସନ୍ତାକାଲି ସନ୍ଧ୍ୟା ୬ଟା ୨୫ରେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବେ।ବିମାନ ବନ୍ଦରରୁ ସିଧାସଳଖ ରାଜଭବନ ଯିବେ ଏବଂ ସେଠାରେ ରାତ୍ରିଯାପନ କରିବେ।ରାଷ୍ଟ୍ରପତିଙ୍କ ଏହି ଦୁଇଦିନିଆ ଗସ୍ତ ସମୟରେ ରାଷ୍ଟ୍ରପତି ରାଉରକେଲା, ପୁରୀ ଓ କୋଣାର୍କ ଯିବାର କାର୍ଯ୍ୟକ୍ରମ ରହିଛି । ମାର୍ଚ୍ଚ ୨୧ ତାରିଖରେ ରାଉରକେଲାର ଏନଆଇଟିର ୧୮ତମ ସମାବର୍ତ୍ତନ […]

You May Like

Pin It on Pinterest