ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମପ୍ରବାହ |

ବାସ୍ତବବ୍ୟୁରୋ: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନ ଜାରି ସତର୍କ ସୂଚନା ଅନୁଯାଇ ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମପ୍ରବାହ |

Photo: social media

ସୂଚନାରେ କୁହାଯାଇଛି କି ଆଜି ଅପରାହ୍ନ ୧ଟା୩୦ରୁ ଆସନ୍ତାକାଲି (ଶୁକ୍ରବାର) ସକାଳ ୮ଟା୩୦ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାର ସମ୍ଭାବନା ଅଛି ।

ପ୍ରବଳ ଗ୍ରୀଷ୍ମପ୍ରବାହ ପରିପ୍ରେକ୍ଷୀରେ ଅଂଶୁଘାତର ସମ୍ଭାବନା ରହିଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିବା ସହ ମଧ୍ୟାହ୍ନ ସମୟରେ ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକମାନଙ୍କୁ ଖରାରୁ ଦୂରେଇ ରହିବା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପରାମର୍ଶ ଦେଇଛନ୍ତି ।

Photo: social media

ତେବେ, ଶୁକ୍ରବାର ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ରାଜ୍ୟର ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କନ୍ଧମାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହିସମୟ ମଧ୍ୟରେ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହି କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଦିଦି..ଆମେ ସିଜିନାଲ ଶ୍ରଦ୍ଧା ର ଲୋକ ନୁହଁ... ଜୟନଗର ନିର୍ବାଚନ ସଭାରେ ଏ କଥା କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

Thu Apr 1 , 2021
ବାସ୍ତବବ୍ୟୁରୋ: ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମବଙ୍ଗର ଜୟନଗର ନିର୍ବାଚନ ସଭାରେ ମମତା ବାନାର୍ଜୀ ଉପରେ କଡା ତିପାଣି ଦେଇଛନ୍ତି ମୋଦୀ କହିଛନ୍ତି- ଦିଦି .. ଆମେ ସିଜିନାଲ ଶ୍ରଧା ର ଲୋକ ନୁହଁ ଆଜି ପଶ୍ଚିମବଙ୍ଗର ଜୟନଗରରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ନିର୍ବାଚନ ରାଲି କରିଥିଲେ। ଏହି ରାଲିରେ ସେ ମମତା ବାନାର୍ଜୀଙ୍କୁ କଡା ଟାର୍ଗେଟ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଦୁର୍ଗାଜିଙ୍କ ପ୍ରତିମୂର୍ତ୍ତିକୁ ବୁଡ଼ାଇବାରେ ମମତା ଦିଦିଙ୍କର ସମସ୍ୟା […]

You May Like

Pin It on Pinterest