ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଘୋଷଣା, ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସମସ୍ତ ସ୍କୁଲ କଲେଜ ବନ୍ଦ ରହିବ

ରାଜଧାନୀ ଦିଲ୍ଲୀରେ କରୋନା ବଢ଼ିବାରେ ଲାଗିଛି । ଦିଲ୍ଲୀ ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ଗୁରୁବାର ସନ୍ଧ୍ୟା ପ୍ରାୟ ୭ ଟା ସମୟରେ ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୪୩୭ ଜଣ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି ଏବଂ ୨୪ ଜଣଙ୍କର ମୃତ୍ୟୁ ହୋଇଛି।

ବାସ୍ତବବ୍ୟୁରୋ:ନୂଆଦିଲ୍ଲୀ: କରୋନା ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ (ସରକାରୀ, ବେସରକାରୀ) ଏବଂ ଦିଲ୍ଲୀର ସମସ୍ତ କଲେଜକୁ ବନ୍ଦ କରିଦିଆଯାଇଛି । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।

ଆମେ ଆପଣଙ୍କୁ ଜଣାଇ ଦେଉଛୁଁଯେ ରାଜଧାନୀ ଦିଲ୍ଲୀର କରୋନା ପୁନର୍ବାର କାୟା ବିସ୍ତାର କରୁଛି। ଦିଲ୍ଲୀ ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ଗୁରୁବାର ସନ୍ଧ୍ୟା ପ୍ରାୟ ୭ ଟା ସମୟରେ ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୪୩୭ ଜଣ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି ଏବଂ ୨୪ ଜଣଙ୍କର ମୃତ୍ୟୁ ହୋଇଛି। ଏହାପୂର୍ବରୁ ବୁଧବାର ଦିନ ୫୫୦୬ ଜଣ ଲୋକ କରୋନାରେ ସଂକ୍ରମିତ ହୋଇଥିଲେ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଲାଗିରହିବ...

Sat Apr 10 , 2021
ବାସ୍ତବବ୍ୟୁରୋ:ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାନୁଯାଇ ।୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଲାଗିରହିବ ।ଆଜି ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକରେ ଅଧିକ ବେଗରେ ପବନ ବହିବା ସହ ଘଟଘଡ଼ି, ବିଜୁଳିଓ ବର୍ଷା ହେବାର ସମ୍ଭାବନା ଅଛି । ୧୧ ତାରିଖ ଦିନ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ରାୟଗଡ଼ା, ସୋନପୁର, […]

You May Like

Pin It on Pinterest