ଆମ ରାଜ୍ୟରେ ଦିନକୁ ଦିନ ଅଣ ଆୟତ୍ତ ହେଉଛି କରୋନା…

Photo:social media

ବାସ୍ତବବ୍ୟୁରୋ:ଭୁବନେଶ୍ବର ୧୩।୦୪ : ଆମ ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି | ନୂଆ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ କରୋନା ନୂଆ ସଂକ୍ରାମିତଙ୍କ ସଂଖ୍ୟା ୧୭୮୪ । ଏବେ ସୁଧା ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୩୦୮୬ରେ ପହଞ୍ଚିଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାନୁଯାୟୀ ଏହି ସଂକ୍ରମିତଙ୍କ ମଧ୍ୟରୁ ୧୦୩୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ସ୍ଥାନୀୟ ବାସିନ୍ଦା ୭୪୯ ଜଣ ।ଏବେ ସୁଦ୍ଧା ୩ ଲକ୍ଷ ୪୦ ହଜାର ୬୦୦ ସୁସ୍ଥ ହୋଇଥିବା ବେଳେ ୧୦୫୦୩ ଜଣ ସକ୍ରିୟ ଅଛନ୍ତି ।

ଗତ ୨୪ ଘଂଟାରେ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୭୨ଜଣ, ବରଗଡ଼ ଜିଲ୍ଲାରୁ ୮୭ଜଣ, ଭଦ୍ରକ ଜିଲ୍ଲାରୁ ୩୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୧ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫୯ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲରାୁ ୨ଜଣ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୮୦ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୬୮ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୫୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୧ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୭ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୦୩ଜଣ, ପୁରୀ ଜିଲ୍ଲାରୁ ୫୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୧୪ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ୪୬ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବାର ସୂଚନା ମିଳିଛି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

କୋଭିଡ ହସ୍ପିଟାଲ ପୁନଃକାର୍ଯ୍ୟକ୍ଷମ ନେଇ ସ୍ଥିତି ଅନୁଧ୍ୟାନ ପାଇଁ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ଭିକେ ପାଣ୍ଡିଆନ

Tue Apr 13 , 2021
ବାସ୍ତବବ୍ୟୁରୋ:ଆଜି ସକାଳେ କୋଭିଡ ହସ୍ପିଟାଲ ପୁନଃକାର୍ଯ୍ୟକ୍ଷମ ନେଇ ସ୍ଥିତି ଅନୁଧ୍ୟାନ ପାଇଁ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର,୫ଟି ସଚିବ ଭିକେ ପାଣ୍ଡିଆନଙ୍କ ସମେତ ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାର ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଦିନିକିଆ ବାଲେଶ୍ବର ଗସ୍ତରେ ଅଛନ୍ତି ।ହେଲିକପ୍ଟର ଯୋଗେ ସକାଳ ୭ଟା ୪୦ମିନିଟରେ ବାଲେଶ୍ବର ସହରର ପୋଲିସ ପରେଡ୍‌ ପଡ଼ିଆରେ ଓହ୍ଲାଇ ଛନ୍ତି । ପହଁଚିବା ପରେ ବାଲେଶ୍ୱର ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ […]

You May Like

Pin It on Pinterest